www.samajalive.in
Thursday, December 11, 2025
15.1 C
Bhubaneswar

ମାଟ୍ରିକ୍‌ ବିଦ୍ୟାର୍ଥୀଙ୍କୁ ମିଳିବ ‘ଶିକ୍ଷା ଦର୍ପଣ’

ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦିଆଯିବ ‘ଶିକ୍ଷା ଦର୍ପଣ’। ବିଦ୍ୟାର୍ଥୀଙ୍କୁ ଏହି ପୁସ୍ତିକ ଦେବାକୁ ସବୁ ଜିଲାରୁ ତଥ୍ୟ ସଂଗ୍ରହ ଆରମ୍ଭ ହୋଇଛି। କେଉଁ ଜିଲାରେ ‌କେତେ ଛାତ୍ରଛାତ୍ରୀ ଏଥର ମାଟ୍ରିକ୍‌ ପରୀକ୍ଷା ଦେବେ ତାହାର ତଥ୍ୟ ମଗାଯାଇଛି। ଆସନ୍ତା ୨୨ ତାରିଖ ସୁଦ୍ଧା ତଥ୍ୟ ଦେବାକୁ ସମସ୍ତ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ନିର୍ଦେଶ ଦିଆଯାଇଛି। ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ପଢ଼ୁଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ତଥ୍ୟ ଦାଖଲ କରିବାକୁ କୁହାଯାଇଛି। ତଥ୍ୟ ମିଳିବା ପରେ ‘ଶିକ୍ଷା ଦର୍ପଣ’ ଛପାଯାଇ ବିଦ୍ୟାର୍ଥୀଙ୍କୁ ବଣ୍ଟନ କରାଯିବ।

‘ଶିକ୍ଷା ଦର୍ପଣ’ରେ ପ୍ରଶ୍ନପତ୍ର ସହ ଉତ୍ତର ରହିବ। ଏହା ବିଦ୍ୟାର୍ଥୀଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତି କରିବାରେ ସହାୟକ ହେବ। ଏହାକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। କରୋନା ଯୋଗୁଁ ପାଠପଢ଼ା ବହୁଳ ଭାବେ କ୍ଷତିଗ୍ରସ୍ତ ହୋଇଛି। ବିଭାଗ ପକ୍ଷରୁ ୬ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଏହି ପୁସ୍ତକ ଛାପିବାକୁ ନିଷ୍ପତ୍ତି ନିଆଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories