www.samajalive.in
Monday, December 15, 2025
24.1 C
Bhubaneswar

ରାମଲାଲାଙ୍କୁ ଦର୍ଶନ କଲେ ମରିସସ୍ ପ୍ରଧାନମନ୍ତ୍ରୀ

ଅଯୋଧ୍ୟା: ରାମମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି ମରିସସ୍ ପ୍ରଧାନମନ୍ତ୍ରୀ ନବୀନଚନ୍ଦ୍ର ରାମଗୁଲାମ। ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ମନ୍ତ୍ରୀ ସୂର୍ଯ୍ୟପ୍ରତାପ ଶାହି ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ମରିସସ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ, ଭାରତ ଓ ମରିସସ ମଧ୍ୟରେ ସାଂସ୍କୃତିକ ଏକତାର ପ୍ରତୀକ ବୋଲି କହିଥିଲେ ଯୋଗୀ ଆଦିତ୍ୟନାଥ। ମରିସସରେ ଅନେକ ଭାରତୀୟ ବଂଶୋଦ୍ଭବ ବସବାସ କରନ୍ତି ଏବଂ ସେଠାରେ ରାମାୟଣ, ଭଗବାନ ରାମ ଓ ଭାରତୀୟ ପରମ୍ପରା ପ୍ରତି ବିଶେଷ ଆସ୍ଥା ଦେଖିବାକୁ ମିଳିଥାଏ ବୋଲି କହି ଯୋଗୀ ତାଙ୍କୁ ସ୍ବାଗତ କରିଥିଲେ। ଅଯୋଧ୍ୟାରେ ରାମଗୁଲାମଙ୍କ ଆଗମନ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ମନ୍ଦିର ପରିସରରେ ପୁଲିସ ଓ ସୁରକ୍ଷାବାହିନୀ ନିୟୋଜିତ ହୋଇଥିଲେ। ସୂଚନାଯୋଗ୍ୟ ମରିସସ୍ ପ୍ରଧାନମନ୍ତ୍ରୀ ୯ ରୁ ୧୬ ସେପ୍ଟେମ୍ବର ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି। ଗୁରୁବାର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରି ଅନେକ ଗୁରୁତ୍ବପୂର୍ଣ୍ଣ ବିଷୟବସ୍ତୁ ଉପରେ ଆଲୋଚନା କରିଥିଲେ।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories