www.samajalive.in
Sunday, November 16, 2025
15.1 C
Bhubaneswar

ଓଡ଼ିଶାର ଆଧ୍ୟାତ୍ମିକ-ସାଂସ୍କୃତିକ ଐତିହ୍ୟ ଉପରେ ଆଲୋଚନା

ଭୁବନେଶ୍ବର : ଭାରତ ସରକାରଙ୍କ ପଶୁପାଳନ ଓ ଡାୟେରି ବିଭାଗ ଆନୁକୂଲ୍ୟରେ ଏବଂ ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ସହଯୋଗରେ ଭୁବନେଶ୍ବରଠାରେ ଦୁଇ ଦିନ ବ୍ୟାପୀ ଅନୁଷ୍ଠିତ ମୌସୁମୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେତ ଅତିଥିମାନଙ୍କୁ ରାତ୍ରିଭୋଜନ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ନିମନ୍ତେ ଆମନ୍ତ୍ରଣ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଉପସ୍ଥିତ ରହି ଅତିଥିମାନଙ୍କ ସହ ମତ ବିନିମୟ କରିବା ସହିତ ଓଡ଼ିଶାର ଆଧ୍ୟାତ୍ମିକ-ସାଂସ୍କୃତିକ ଐତିହ୍ୟ ଉପରେ ଅବଗତ କରାଇଥିଲେ। ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଓ ରାଜ୍ୟ ମତ୍ସ୍ୟ, ପ୍ରାଣୀସଂପଦ ବିକାଶ, ଏମ୍ଏସ୍ଏମ୍ଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଅତିଥିମାନଙ୍କୁ ସ୍ବାଗତ ଜଣାଇଥିଲେ।

କେନ୍ଦ୍ର ମତ୍ସ୍ୟ, ପଶୁପାଳନ, ଡାୟେରୀ ଓ ପଞ୍ଚାୟତିରାଜ ମନ୍ତ୍ରୀ। ରାଜୀବ ରଞ୍ଜନ ସିଂ, ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍.ପି. ସିଂ ବଘେଲ, ରାଷ୍ଟ୍ରମନ୍ତ୍ରୀ ଜର୍ଜ କୁରିୟାନଙ୍କ ସମେତ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ଆସିଥିବା ସଂପୃକ୍ତ ବିଭାଗୀୟ ମନ୍ତ୍ରୀବୃନ୍ଦ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହା ବ୍ୟତୀତ ମତ୍ସ୍ୟ, ପଶୁପାଳନ, ଡାୟେରୀ ମନ୍ତ୍ରାଳୟ ସମେତ ବିଭିନ୍ନ ସର୍ବଭାରତୀୟ ପ୍ରତିଷ୍ଠାନର ବରିଷ୍ଠ ଅଧିକାରୀ ତଥା ପ୍ରତିନିଧିବୃନ୍ଦ ମଧ୍ୟ ସମବେତ ହୋଇଥିଲେ ା ବିଭିନ୍ନ ରାଜ୍ୟର ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

- Advertisement -

ସାଂସ୍କୃତିକ କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଶିଳ୍ପୀମାନେ ଓଡ଼ିଶୀ, ସମ୍ବଲପୁରୀ, ସିଂହାରୀ ଓ ଛଉ ନୃତ୍ୟ ପରିବେଷଣ କରିଥିବାବେଳେ ବର୍ଣ୍ଣାଳୀ ହୋତାଙ୍କ ଭଜନ ଏବଂ ଲୋକଗୀତ ଅତିଥିମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories