www.samajalive.in
Monday, December 8, 2025
20.1 C
Bhubaneswar

ବିଏମସି ମେୟର ପାଇଁ ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ମଧୁସ୍ମିତା ଆଚାର୍ଯ୍ୟ

ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମର କଂଗ୍ରେସର ମେୟର ପ୍ରାର୍ଥୀ ମଧୁସ୍ମିତା ଆଚାର୍ଯ୍ୟ ନାମାଙ୍କନ ଦାଖଲ କରିଛନ୍ତି । ଦଳୀୟ ସମର୍ଥକଙ୍କ ଗହଣରେ ଆସି ନାମାଙ୍କନ ଦାଖଲ କରୁଛନ୍ତି ମଧୁସ୍ମିତା । କଂଗ୍ରେସ ପ୍ରାର୍ଥୀ ମଧୁସ୍ମିତା ଆଚାର୍ଯ୍ୟ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ମେୟର ପଦ ପାଇଁ ଉପଜିଲାପାଳଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏଥିପାଇଁ କଂଗ୍ରେସ ଭବନରୁ ମଧୁସ୍ମିତା ଆଚାର୍ଯ୍ୟ ପୂର୍ବାହ୍ନରେ ଏକ ଶୋଭାଯାତ୍ରାରେ ବାହାରିଥିଲେ। କଂଗ୍ରେସର ଏହି ଶୋଭାଯାତ୍ରା ରାମ ମନ୍ଦିର, ହାଉସିଂବୋର୍ଡ, ରବୀନ୍ଦ୍ର ମଣ୍ଡପ ଛକ ଦେଇ ଉପଜିଲାପାଳଙ୍କ କାର୍ଯ୍ୟାଳୟଙ୍କ ନିକଟରେ ପହଞ୍ଚିଥିଲା। ଏହି ଶୋଭାଯାତ୍ରାରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିଧାୟକ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ଜିଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶ, ପିସିସି ଉପ ସଭାପତି ଶିବାନନ୍ଦ ରାୟ, ପିସିସି ମୁଖପାତ୍ର ମନୋରଞ୍ଜନ ଦାଶ, କଂଗ୍ରେସ ମହିଳା ନେତ୍ରୀ ରଶ୍ମି ମହାପାତ୍ର, ପିସିସି ସମ୍ପାଦକ ସୁବ୍ରତ ମହାପାତ୍ର, କୁସୁମ ପ୍ରଧାନ ପ୍ରମୁଖ ବହୁ କଂଗ୍ରେସ ନେତୃବୃନ୍ଦ ପ୍ରାର୍ଥିପତ୍ର ଦାଖଲ କାର୍ଯ୍ୟକ୍ରମ ଏବଂ ଶୋଭାଯାତ୍ରାରେ ଯୋଗଦେଇଥିଲେ।

 

- Advertisement -

କଂଗ୍ରେସ ପକ୍ଷରୁ ଭୁବନେଶ୍ବର ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। କଂଗ୍ରେସ ଟିକଟରେ ମଧୁସ୍ମିତା ଆଚାର୍ଯ୍ୟ ଭୁବନେଶ୍ୱର ମେୟର ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦ୍ବୀତା କରିବେ ବୋଲି ସୂଚନା ଦିଆଯାଇଛି। ମଧୁସ୍ମିତା ଜଣେ ଉଚ୍ଚଶିକ୍ଷିତା, ଯୁବ ଉଦ୍ୟୋଗୀ, କ୍ରୀଡ଼ାବିତ୍ ଓ ଓଡ଼ିଶୀ ନୃତ୍ୟଶିଳ୍ପୀ। କଲେଜ ଜୀବନରେ ସେ ରାଜନୀତିରେ ଜଡ଼ିତ ଥିଲେ। ଭୁବନେଶ୍ବର କମଳା ନେହେରୁ କଲେଜର ଛାତ୍ରୀ ସଂସଦର ସଭାପତି ଭାବେ ବିଜୟୀ ହୋଇଥିଲେ। ସେହିପରି ମଧୁସ୍ମିତା ଧର୍ମଶାଳାର ପୂର୍ବତନ କଂଗ୍ରେସ ବିଧାୟକ ସ୍ୱର୍ଗତ କାଙ୍ଗାଳି ପଣ୍ଡାଙ୍କ ବୋହୁ। କାଙ୍ଗାଳୀ ପଣ୍ଡା ନିର୍ବାଚନ ଲଢ଼ିବା ସମୟରେ ମଧୁସ୍ମିତା ନିର୍ବାଚନ ପରିଚାଳନାରେ ସହାୟତା କରୁଥିଲେ। ଏଥିସହ ସେ ବିଭିନ୍ନ ସମାଜ ସେବା କାର୍ଯ୍ୟରେ ଜଡିତ ରହିଥିଲେ। ସେ ଦୃଷ୍ଟିକୋଣରୁ କଂଗ୍ରେସ ତାଙ୍କ ଉପରେ ଭରସା କରିଛି। ସେଥିପାଇଁ ତାଙ୍କୁ ମେୟର ପ୍ରାଥୀ ଭାବେ ମନୋନୀତ କରାଯାଇଥିବା ସୂଚନା ମିଳିଛି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories