www.samajalive.in
Monday, December 8, 2025
27.1 C
Bhubaneswar

ଗୋଟିଏ ରାତିରେ ୪ଟି ଘରେ କଳାକନା ବୁଲାଇଲେ ଚୋର: ଲୁଟିନେଲେ ଗହଣା ଓ ଟଙ୍କା ପଇସା

ବାଙ୍ଗିରିପୋଷି: ବାଙ୍ଗିରିପୋଷି ଥାନା ହାଣଦା ଗାଁର ୪ଟି ଘରେ କଳା କନା ବୁଲାଇଲେ ଚୋର। ଲକ୍ଷାଧିକ ଟଙ୍କାର ଗହଣା ଓ ନଗଦ ଟଙ୍କା ଚୋରି ହୋଇଥିବା ସୂଚନା ମିଳିଛି। ଶିକ୍ଷକ ପବିତ୍ର ମୋହନ ଗିରି, ତାଙ୍କ ଘରେ ଭଡା ରହିଥିବା ଶିକ୍ଷକ ମନୋଜ କୁମାର ଦାସ ମହାପାତ୍ର, ଶିକ୍ଷକ ରବୀନ୍ଦ୍ର କୁମାର ପଣ୍ଡା ଏବଂ ସାମ୍ବାଦିକ ପ୍ରୀତିଶ କୁମାର ମହାନ୍ତ ଙ୍କ ଘରେ ଗତ ବୁଧବାର ରାତିରେ ଘର ପଛ ପଟୁ କବାଟ ଓ ଝରକା ଗ୍ରୀଲ ତାଡି ଚୋରମାନେ ପଶିଥିଲେ । ସମସ୍ତେ ଘରେ ଶୋଇଥିବା ଅବସ୍ଥାରେ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟି ନେଇଥିଲେ। ପରେ ଖବର ପାଇ ବାଙ୍ଗିରିପଷି ପୁଲିସ୍  ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଉକ୍ତ ଅଞ୍ଚଳରେ ରାତିରେ ପୁଲିସ ପେଟ୍ରୋଲିଂ ହେଉ ନଥିବାରୁ ଏଭଳି ଘଟଣା ବାରମ୍ବାର ଘଟୁଛି ବୋଲି ଅଞ୍ଚଳବାସୀମାନେ ଅଭିଯୋଗ କରିଛନ୍ତି ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories