www.samajalive.in
Sunday, December 7, 2025
14.1 C
Bhubaneswar

ସାନ ଭାଇକୁ ଖଣ୍ଡାରେ ହାଣିଲା ବଡ ଭାଇ

ମୟୁରଭଞ୍ଜ: ସାନ ଭାଇକୁ ଖଣ୍ଡାରେ ହାଣିଲା ବଡ ଭାଇ। ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଲୁଣଚାଟି ଗାଁରେ। ଜମି ଜମା ବିବାଦକୁ କେନ୍ଦ୍ର କରି ବଡ ଭାଇ ସାନ ଭାଇକୁ ଖଣ୍ଡାରେ ହାଣିଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ ଉକ୍ତ ଗାଁର ଦେବେନ୍ଦ୍ର ମାହାନାଙ୍କ ପାଞ୍ଚ ପୁଅ ହୋଇଥିବାବେଳେ ଆଜି ସକାଳେ ବଡ ପୁଅ ଅରୁଣ ମାହାନା ଏବଂ ସାନ ପୁଅ ଜୟନ୍ତ ମାହାନାଙ୍କ ମଧ୍ୟରେ ଜମି ବାଡିକୁ କେନ୍ଦ୍ର କରି ବଚସା ହୋଇଥିଲା। ପରେ ଝଗଡା ଏତେ ଉଗ୍ର ରୂପ ନେଇଥିଲା ଯେ ବଡ ଭାଇ ଅରୁଣ ସାନ ଭାଇ ଜୟନ୍ତଙ୍କ ବେକକୁ ଏକ ଖଣ୍ଡାରେ ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ଜୟନ୍ତଙ୍କର ମୃତ୍ୟୁ ଘଟିଥିଲା। ସେପଟେ ହତ୍ୟାକାଣ୍ଡ ଘଟାଇ ଅଭିଯୁକ୍ତ ଅରୁଣ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories