www.samajalive.in
Saturday, December 6, 2025
23.1 C
Bhubaneswar

ୟୁକ୍ରେନର ଭାରତୀୟ ଦୂତାବାସ ପୋଲାଣ୍ଡକୁ ସ୍ଥାନାନ୍ତର

ନୂଆଦିଲ୍ଲୀ: ୟୁକ୍ରେନରେ ଥିବା ଭାରତୀୟ ଦୂତାବାସକୁ ଅସ୍ଥାୟୀ ଭାବେ ପୋଲାଣ୍ଡକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରୁଷର ଘନ ଘନ ଆକ୍ରମଣରେ ଦିନକୁ ଦିନ ୟୁକ୍ରେନର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କହିଛି ମନ୍ତ୍ରଣାଳୟ। ଦୂତାବାସ ଏଣିକି ପୋଲାଣ୍ଡରୁ  ପରିଚାଳିତ ହେବ।

ପଶ୍ଚିମ ୟୁକ୍ରେନରେ ଲଗାତାର ଆକ୍ରମଣ ହେଉଛି। ସେଠାରେ ସ୍ଥିତି ଧିରେ ଧିରେ ନିୟନ୍ତ୍ରଣ ବାହାରକୁ ଯାଉଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଆଗାମୀ ଦିନରେ ପୁନର୍ବାର ସ୍ଥିତିର ସମୀକ୍ଷା କରାଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories