ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରେ ଯାନ୍ତ୍ରିକ ତ୍ରୁଟି, ମୟୂରଭଞ୍ଜ ଗସ୍ତ ବାତିଲ

ଭୁବନେଶ୍ବର: କେନ୍ଦୁଝର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ମୁଖ୍ୟମନ୍ତ୍ରୀ ସଡ଼କ ପଥରେ ଆସିବା ନେଇ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝରରୁ ଭୁବନେଶ୍ବର ଫେରି ଆସିବେ ବୋଲି ଜଣାପଡ଼ିଛି। ଅପରପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ ହୋଇଥିବା ସୂଚନା ମିଳିଛି।

Comments are closed.