www.samajalive.in
Wednesday, December 10, 2025
14.1 C
Bhubaneswar

ପୁରୀ ମେଡ଼ିକାଲ୍‌ କଲେଜରେ ୨୦୨୧-୨୨ ଶିକ୍ଷାବର୍ଷରୁ ନାମଲେଖା ହେବ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପୁରୀ, ତାଳଚେର ଓ ସୁନ୍ଦରଗଡ଼ରେ ନିର୍ମାଣାଧୀନ ୩ଟି ମେଡିକାଲ କଲେଜର ତୃଣମୂଳସ୍ତରରେ ଥିବା ସମସ୍ୟାଗୁଡ଼କୁ ନେଇ ମୁଖ୍ୟଶାସନ ସଚିବ ସମୀକ୍ଷା କରିଛନ୍ତି। ତାଳଚେରଠାରେ ନିର୍ମାଣାଧୀନ ମହାନଦୀ ଭେଷଜ ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ, ସୁନ୍ଦରଗଡ଼ ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନା ଏବଂ ପୁରୀଠାରେ ନିର୍ମାଣାଧୀନ ଜଗନ୍ନାଥ ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନାର କାର୍ଯ୍ୟ ଅଗ୍ରଗତି ବିଷୟ ନେଇ ବୈଠକରେ ସମୀକ୍ଷା ହୋଇଥିଲା । ଏହିସବୁ ଅନୁଷ୍ଠାନରେ ଉଚ୍ଚସ୍ତରୀୟ ବିଶେଷଜ୍ଞ ଚିକିତ୍ସା ଉପଲବ୍ଧ ହେବ। ପୁରୀ ମେଡିକାଲ୍‌ କଲେଜରେ ୨୦୨୧-୨୨ ବର୍ଷରୁ ନାମଲେଖା ଆରମ୍ଭ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଉପରୋକ୍ତ ପ୍ରତ୍ୟେକ ମେଡିକାଲ୍‌ କଲେଜ୍‌ରେ ପ୍ରତିବର୍ଷ ୧୦୦ ଲେଖାଏଁ ଛାତ୍ରଛାତ୍ରୀ ନାମଲେଖାଇ ପାରିବେ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ଭେଷଜ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ଡାକ୍ତର ସି.ବି.କେ. ମହାନ୍ତିଙ୍କ ସମେତ ସଂପୃକ୍ତ ବିଭାଗ, ଏନ୍‌ଟିପିସି ଓ ଏମ୍‌ସିଏଲ୍‌ର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories