www.samajalive.in
Monday, December 8, 2025
13.1 C
Bhubaneswar

ବଲାଙ୍ଗିର ମେଡ଼ିକାଲ କଲେଜ ହଷ୍ଟେଲ ଛାତରୁ ଖସି ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ

ବଲାଙ୍ଗିର: ବଲାଙ୍ଗିର ମେଡ଼ିକାଲ କଲେଜ ହଷ୍ଟେଲ ଛାତରୁ ଖସି ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ହଷ୍ଟେଲ ଛାତ ଉପରୁ ପଡ଼ି ପ୍ରଥମ ବର୍ଷ ଏମବିବିଏସ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ହରିୟାଣାର ନିଶାନ୍ତ କୁମାର, ନ୍ୟୁ ବଏଜ ହଷ୍ଟେଲରେ ରହୁଥିଲେ। ଦୁର୍ଘଟଣା ନା ଅନ୍ୟ କାରଣରୁ ଖସି ପଡ଼ିଲେ ଜଣାପଡ଼ି ନାହିଁ।
ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲର ହଷ୍ଟେଲ ଛାତରୁ ପଡ଼ି ଜଣେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ଏମ୍‌ବିବିଏସ୍‌ ପ୍ରଥମ ବର୍ଷର ଛାତ୍ର ଥିଲେ। ତାଙ୍କ ନାଁ ନିଶାନ୍ତ କୁମାର। ତାଙ୍କ ଘର ହରିଆଣାରେ ବୋଲି ଜଣାପଡ଼ିଛି।

ପ୍ରଥମ ବର୍ଷ ଏମବିବିଏସ ଛାତ୍ର ନିଶାନ୍ତ କଲେଜର ନ୍ୟୁ ବଏଜ ହଷ୍ଟେଲରେ ରହୁଥିଲେ। ଆଜି ସେ ମଧ୍ୟାହ୍ଣ ଭୋଜନ କରିବା ପରେ ଛାତ ଉପରକୁ ଯାଇଥିଲେ। କିନ୍ତୁ ସେଠାରେ କ’ଣ ଘଟିଲା, ସେ କେମିତି ଛାତରୁ ପଡ଼ିଗଲେ, ତାହା କେହି ବି ଜାଣି ନାହାନ୍ତି। ଛାତରୁ ଖସି ପଡ଼ିବା ପରେ ତାଙ୍କୁ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ନିଶାନ୍ତଙ୍କୁ ମୃତ ଘୋଷଣା କରିଥିଲେ। ନିଶାନ୍ତଙ୍କ ମୃତ୍ୟୁ କେମିତି ହୋଇଛି, ତାଙ୍କୁ କିଏ ଛାତରୁ ଠେଲି ଦେଇଚି ନା ସେ ନିଜେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ।

Hot this week

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

Related Articles

Popular Categories