www.samajalive.in
Monday, December 8, 2025
14.1 C
Bhubaneswar

ଭାରତ-ନେପାଳ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଦ୍ବିପାକ୍ଷିକ ସଂପର୍କ ନେଇ ଆଲୋଚନା

ନୂଆଦିଲ୍ଲୀ :  ଭାରତ ଗସ୍ତରେ ଆସିଥିବା ନେପାଳର ପ୍ରଧାନମନ୍ତ୍ରୀ ଶେର୍‍ ବାହାଦୂର ଦେଓବାଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିଭିନ୍ନ ପ୍ରସଙ୍ଗରେ
ଆଲୋଚନା କରିଛନ୍ତି। ଭାରତ-ନେପାଳ ସଂପର୍କକୁ ନୂଆ ଶିଖରକୁ ନେବା ପାଇଁ ମିଳିମିଶି କାର୍ଯ୍ୟ କରିବା ସଂପର୍କରେ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ବିସ୍ତୃତ ଆଲୋଚନା ହୋଇଛି । ଦୁଇ ଦେଶ ମଧ୍ୟରେ ଦ୍ବିପାକ୍ଷିକ ସଂପର୍କକୁ ଆହୁରି ସୁଦୃଢ କରିବା ନେଇ ମଧ୍ୟ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ସହ ବୈଠକପରେ ଉଭୟ ଦେଶ ମଧ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।

ସୂଚନା ଯୋଗ୍ୟ,  ନେପାଳ ପ୍ରଧାନମନ୍ତ୍ରୀ ଶ୍ରୀ ଦେଓବା ଭାରତକୁ ତିନିଦିନ ଗସ୍ତରେ ଆସି ଶୁକ୍ରବାର ନୂଆଦିଲ୍ଲୀରେ ପହଞ୍ଚିଥିଲେ । ଭାରତ ଗସ୍ତରେ ଆସିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଆମନ୍ତ୍ରଣ କରିଥିଲେ । ତାଙ୍କ ସହ ତାଙ୍କ ପତ୍ନୀ ଡକ୍ଟର ଆର୍ଜୁ ଦେଓବା ଓ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆସିଛନ୍ତି। ଏକ ଟ୍ୱିଟ୍‍ କରି ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ଅରିନ୍ଦମ୍‍ ବାଗ୍‍ଚୀ କହିଛନ୍ତି, ଗତବର୍ଷ ଜୁଲାଇ ମାସରେ ନେପାଳର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ବିଦେଶଗସ୍ତ ।

- Advertisement -

ଶ୍ରୀ ଦେଓବା ଆଜି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ ମଧ୍ୟ ସାକ୍ଷାତ କରି ତାଙ୍କ ସହ ଆଲୋଚନା କରିବେ । ବୈଦେଶିକ ମନ୍ତ୍ରୀ ଏସ୍‍.ଜୟଶଙ୍କର ଓ ଜାତୀୟ ନିରାପତ୍ତା ଉପଦେଷ୍ଟା ଅଜିତ ଡୋବାଲ୍‍ଙ୍କ ସହ ମଧ୍ୟ ତାଙ୍କର କଥାବାର୍ତ୍ତା ହେବାର କାର୍ଯ୍ୟସୂଚୀ ରହିଛି । ଦିଲ୍ଲୀରେ ସରକାରୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହିତ ସେ ବାରାଣସୀ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି । ଭାରତ ଓ ନେପାଳ ମଧ୍ୟରେ ଦୀର୍ଘ ଦିନରୁ ସ୍ୱତନ୍ତ୍ର ବନ୍ଧୁତ୍ୱପୂର୍ଣ୍ଣ ସଂପର୍କ ରହିଛି । ବିଗତ କିଛି ବର୍ଷ ହେଲା ଦୁଇଦେଶ ମଧ୍ୟରେ ଭାଗିଦାରୀ ସମ୍ପର୍କ ଓ ସହଯୋଗରେ ଅଦ୍ଭୁତପୂର୍ବ ଉନ୍ନତି ଘଟିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories