www.samajalive.in
Saturday, December 6, 2025
26.1 C
Bhubaneswar

ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ସଠିକ୍ ଭାବେ ତଦାରଖ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର: ଆଗାମି ଜାନୁଆରୀ ୮ରୁ୧୦ ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଥିବା ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ ଆୟୋଜନର ପ୍ରସ୍ତୁତି ସଂପର୍କରେ ମୁଖ୍ୟଶାସନ ସଚିବ  ମନୋଜ ଆହୁଜା ଆଜି ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ସମୀକ୍ଷା କରିଥିଲେ। ଏହି ତ୍ରିଦିବସୀୟ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ବିଭିନ୍ନ ବିଭାଗର ପ୍ରସ୍ତୁତି ସଂପର୍କରେ ଆଲୋଚନା କରାଯାଇଥିଲା । ଏହି ଆୟୋଜନ ପାଇଁପ୍ରସ୍ତୁତିରେ ଯେଉଁ ଯେଉଁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ରହିଛି, ତାହାର ଚେକ୍ ଲିଷ୍ଟ ପ୍ରସ୍ତୁତ କରି ତଦନୁସାରେ ପ୍ରସ୍ତୁତି ସଠିକ୍ ଭାବେ କରିବା, ତଦାରଖ ଓ କାର୍ଯ୍ୟନିର୍ବାହ କରିବାକୁ ମୁଖ୍ୟ ଶାସନ ସଚିବସଂପୃକ୍ତ କମିଟିରେ ଥିବା ବିଭାଗୀୟ ସଚିବ ତଥା ବରିଷ୍ଠ ପଦାଧିକାରୀଙ୍କୁଏ ସଂପର୍କରେ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।

ଅନୁଷ୍ଠିତ ବୈଠକରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ(ସ୍ୱରାଷ୍ଟ୍ର) ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ସମେତ ବିଭିନ୍ନ କମିଟିରେ ଥିବା ସଂପୃକ୍ତ ବିଭାଗର ସଚିବ ଏବଂ ବରିଷ୍ଠ ପଦାଧିକାରୀ ମାନେଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ଆୟୋଜନକରାଯିବାପାଇଁ୧୪ଟି ଉପ କମିଟି ଗଠନ କରାଯାଇଛି। ବିଭିନ୍ନ କମିଟି ଦ୍ୱାରା କାର୍ଯ୍ୟ ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭିନ୍ନ ବିଭାଗର ସଚିବ ଏବଂ ବରିଷ୍ଠ ପଦାଧିକାରୀମାନଙ୍କ ସହିତ ସବିଶେଷ ଆଲୋଚନା କରିଥିଲେ ।

- Advertisement -

ବୈଠକରେ ଶିଳ୍ପ ବିଭାଗ ତରଫରୁ ଜନତା ମଇଦାନ ଠାରେ କାର୍ଯ୍ୟକ୍ରମସ୍ଥଳରେ ଭି.ଭି.ଆଇ.ପି,ଅତିଥି,ପ୍ରବାସୀ ଭାରତୀୟ, ସ୍ଥାନୀୟ ଦର୍ଶକମାନଙ୍କବସିବା ବ୍ୟବସ୍ଥା, ଯାନବାହାନପାର୍କିଂସ୍ଥଳ, ଉତ୍ସବସ୍ଥଳରେ ଖାଦ୍ୟ ବ୍ୟବସ୍ଥା ସହ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ବିଭାଗର ପ୍ରମୁଖ ଶାସନ ସଚିବ ନକ୍ସା ଉପସ୍ଥାପନ କରିଥିଲେ । ଅତିଥି, ପ୍ରବାସୀ ଭାରତୀୟଏବଂ ବୈଦେଶିକ ବ୍ୟାପାର ବିଭାଗ ଅଧିକାରୀମାନଙ୍କ ଏହି ସମ୍ମିଳନୀରେ ଯୋଗଦାନ କରିବାକୁ ଥିବା ପରିପ୍ରେକ୍ଷୀରେ ବିଭିନ୍ନ ହୋଟେଲରେ ରହଣି ପାଇଁ ପର୍ଯ୍ୟଟନ ବିଭାଗ ତରଫରୁ ୩୭୦୦ଟି ପ୍ରକୋଷ୍ଠ ବୁକିଂ କରାଯାଇଛି । ପ୍ରବାସୀ ଭାରତୀୟ ମାନେ ଓଡ଼ିଶାର ବିଭିନ୍ନ ଦର୍ଶନୀୟ ସ୍ଥାନ ପରିଦର୍ଶନ ପାଇଁ ଯିବାକୁ ଥିବାରୁଭୁବନେଶ୍ୱର, କଟକ ଓ ପୁରୀ ଆଦିରେ ଥିବା୨୮ଟି ଦର୍ଶନୀୟ ସ୍ଥାନର ସୌନ୍ଦର୍ଯ୍ୟକରଣ ପାଇଁ ପର୍ଯ୍ୟଟନ ବିଭାଗ ତରଫରୁ ପ୍ରସ୍ତୁତି ଜାରି ରହିଛି ।ଏ ଥିପାଇଁ ଟୁର ଅପରେଟରମାନଙ୍କ ସହାୟତା ନେବା ପାଇଁ ବୈଠକରେ ପରାମର୍ଶ ଦିଆଯାଇଛି।ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଗଣମାଧ୍ୟମ ଯୋଗେ କାର୍ଯ୍ୟକ୍ରମର ପ୍ରଚାର ପ୍ରସାର ପାଇଁ ବ୍ୟାପକ ବ୍ୟବସ୍ଥା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତି କରିବା ପାଇଁ ଆବଶ୍ୟକ ପରାମର୍ଶ ଦିଆଯାଇଥିଲା ।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ତରଫରୁ କାର୍ଯ୍ୟକ୍ରମ ସ୍ଥଳରେ ଉଦ୍ଦିଷ୍ଟ ସ୍ଥାନରେ ପ୍ରଦର୍ଶନୀ ଆୟୋଜନ ପାଇଁ ବ୍ୟାପକ ପ୍ରସ୍ତୁତି ସଂପର୍କରେ ଆଲୋଚନା କରାଯାଇଥିଲା । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତରଫରୁ ସହରରେ ଚିହ୍ନଟ ହୋଇଥିବା ବିଭିନ୍ନ ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭକରାଯାଇଥିବା ବେଳେ ରାସ୍ତାର ପ୍ରାଚୀର, କାନ୍ଥ ଆଦିରେଚିତ୍ରକଳା ପେଣ୍ଟି ସହ ବିଭିନ୍ନ ସ୍ଥାନରେ କଳାକୃତି ରଖାଯିବ । ଏଥି ସହିତ ବିଭାଗ ତରଫରୁ କେତେକ ଏୟାର ଲାଇନ୍ସ ଏବଂ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶକଙ୍କୁ ଫ୍ଲାଇଟ୍ ସଂଖ୍ୟା ବୃଦ୍ଧି କରିବାକୁ ଅନୁରୋଧ କରାଯାଇଛି । ନଗର ଉନ୍ନୟନ ବିଭାଗ, ବିଡିଏ, ବିଏମସି, ପର୍ଯ୍ୟଟନ ବିଭାଗ, ସଂସ୍କୃତି ବିଭାଗ ଆଦିର ସହଯୋଗରେ ଭୁବନେଶ୍ୱର ସହର ଯେପରି ଏକ ଆକର୍ଷଣୀୟ ରୂପରେ ଶୋଭା ପାଇବ,ସେଥିପାଇଁ ସମସ୍ତ ପ୍ରୟାସ ରହିବ । ପୂର୍ତ୍ତ ବିଭାଗ ତରଫରୁ ରାଜ୍ୟ ସଂଗ୍ରହାଳୟ, ରବିନ୍ଦ୍ର ମଣ୍ଡପ, ଭଞ୍ଜ କଳା ମଣ୍ଡପ, ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର, ଉତ୍କଳ ସଂଗୀତ ମହାବିଦ୍ୟାଳୟ ପରିସରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି । କାର୍ଯ୍ୟକ୍ରମ ସ୍ଥଳରେ ଯେପରି ବ୍ୟାପକ ଇଣ୍ଟରନେଟ୍ ସୁବିଧା ରହିବ ସେଥିପ୍ରତି ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ସହଯୋଗରେ ବ୍ୟବସ୍ଥା କରାଯିବ ବୋଲି ବୈଠକରୁ ଜଣାଯାଇଛି ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories