www.samajalive.in
Sunday, December 7, 2025
26.1 C
Bhubaneswar

ପିଡିପି ମୁଖ୍ୟ ମେହେବୁବା ମୁଫ୍‌ତିଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲା ଜୀବନ

ଜମ୍ମୁ: ଜମ୍ମୁ କାଶ୍ମୀରରେ ଗୁରୁବାର ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି(ପିଡିପି) ମୁଖ୍ୟ ମେହେବୁବା ମୁଫ୍‌ତିଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଅନନ୍ତନାଗ ଯିବାବେଳେ ରାସ୍ତାରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ପିଡିପି ମିଡିଆ ସେଲ୍ ଅନୁଯାୟୀ, ମେହେବୁବା ମୁଫ୍‌ତି ଏହି ଦୁର୍ଘଟଣାରେ ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି। ତାଙ୍କ ସୁରକ୍ଷା କର୍ମୀମାନେ ମଧ୍ୟ ସୁରକ୍ଷିତ ଅଛନ୍ତି।

ପୁଲିସ ଅଧିକାରୀଙ୍କ କହିବାନୁଯାୟୀ, ସଙ୍ଗମ ନିକଟରେ ମେହେବୁବାଙ୍କ କାର୍ ଅନ୍ୟ ଏକ କାର୍ ସହ ଧକ୍କା ହୋଇଥିଲା। ସେ ଅଗ୍ନିକାଣ୍ଡରେ ପୀଡିତଙ୍କ ପରିବାର ଲୋକଙ୍କୁ ଭେଟିବାକୁ ଖାନବଲ ଯାଉଥିଲେ। ଏଠାରେ ସୂଚନାଯୋଗ୍ୟ, ସୋମବାର ରାତିରେ ଖାନବଲ ଅଞ୍ଚଳରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ୮ଟି ପରିବାର କ୍ଷତିଗ୍ରସ୍ତ ହୋଇଥିଲେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories