www.samajalive.in
Saturday, December 13, 2025
17.1 C
Bhubaneswar

ପୁନର୍ମିଳନ ଅନୁଷ୍ଠାନ ପକ୍ଷରୁ ସ୍ୱାମୀ ବିଚିତ୍ରାନନ୍ଦ କଲ୍ୟାଣ ଆଶ୍ରମ ପରିଦର୍ଶନ

କଟକ: କଟକ ଡଗରପଡା ସ୍ଥିତ ସ୍ୱାମୀ ବିଚିତ୍ରାନନ୍ଦ କଲ୍ୟାଣ ଆଶ୍ରମରେ ଅନ୍ତେବାସୀଙ୍କ ଉଦ୍ଦେଶ୍ୟରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୁନର୍ମିଳନ ଅନୁଷ୍ଠାନର ସଦସ୍ୟାମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଆଶ୍ରମ ଅନ୍ତେବାସୀଙ୍କ ସହିତ ସେମାନଙ୍କ ଦୈନଦିନ କାର୍ଯ୍ୟକଳାପ ଓ ସମାଜ ସଂସ୍କାର କାର୍ଯ୍ୟ ସମ୍ପର୍କରେ ପଚାରି ବୁଝିଥିଲେ। ଆଶ୍ରମରେ ରହୁଥିବା କୁନି କୁନି ପିଲାମାନଙ୍କ ସହ ସଦସ୍ୟାମାନେ ଅନ୍ତରଙ୍ଗ ମୁହୂର୍ତ୍ତ ବିତାଇବା ସହ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ବୁଝିଥିଲେ। ଏହି ଅବସରରେ ଆଶ୍ରମର କାଉନ୍ସେଲର ଡକ୍ଟର ମାନସ ରଞ୍ଜନ ପଟ୍ଟନାୟକ ଆଶ୍ରମର ଗୌରବମୟ ଇତିହାସ ସମ୍ପର୍କରେ ସୂଚନା ଦେଇଥିଲେ। ସେ କହିଥିଲେ ଯେ ଆଶ୍ରମରେ ରହୁଥିବା ପିଲାମାନଙ୍କୁ ଶିକ୍ଷା ସହ ସେମାନଙ୍କ ଶାରୀରିକ, ବୌଦ୍ଧିକ ଓ ମାନସିକ ବିକାଶ ଦିଗରେ ଆନୁସଙ୍ଗିକ ପଦକ୍ଷେପ ଗ୍ରହଣ କରାଯାଉଛି।

ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଭାପତି ଡକ୍ଟର ଲକ୍ଷ୍ମୀ ନାରାୟଣ ପଣ୍ଡା ଓ ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ରହି ପୁନର୍ମିଳନ ଅନୁଷ୍ଠାନର ସଦସ୍ୟାମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଆଗାମୀ ଦିନରେ ପୁନର୍ମିଳନ ଅନୁଷ୍ଠାନ ସ୍ୱାମୀ ବିଚିତ୍ରାନନ୍ଦ କଲ୍ୟାଣ ଆଶ୍ରମରେ ରହୁଥିବା ପିଲାମାନଙ୍କ ବହୁବିଧ ବିକାଶ ସକାଶେ ପଦକ୍ଷେପ ନେବ ବୋଲି ଜଣାପଡିଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories