www.samajalive.in
Sunday, December 14, 2025
14.1 C
Bhubaneswar

ମହିଳା ସ୍ନାତକ କଲେଜରେ ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମ

ଆଠଗଡ଼ : ଆଠଗଡ଼ସ୍ଥିତ ଗୋପବନ୍ଧୁ ମହିଳା ସ୍ନାତକ କଲେଜରେ ଗୁରୁବାର ଏନଏସଏସ ଓ ଯୁବ ରେଡକ୍ରସର ମିଳିତ ଆନୁକୁଲ୍ୟରେ ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜର ଅଧ୍ୟକ୍ଷା ସଂଗୀତା ମହାପାତ୍ର ଏହି କାର୍ଯ୍ୟକ୍ରମକୁ ଉଦ୍‌‌ଘାଟନ କରିବାର ନିଜ ବକ୍ତବ୍ୟରେ ଛାତ୍ରୀମାନଙ୍କୁ ନିଜ ମାଆ ମାଟିକୁ ଭଲପାଇବା ଓ ସମ୍ମାନ କରିବା ସହିତ ଦେଶ ଗଠନରେ ନିଜକୁ ଉତ୍ସର୍ଗ କରିବା ଲାଗି ପରାମର୍ଶ ଦେଇଥିଲେ। ଏନଏସଏସ୍‌‌ ଯୋଜନା ଅଧିକାରିଣୀ ଅଧ୍ୟାପିକା ବସିରା ବେଗମ ଓ ଯୁବ ରେଡକ୍ରସ ପରାମର୍ଶଦାତ୍ରୀ ଅଧ୍ୟାପିକା ଟ୍ୱିଙ୍କିଲ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଅବସରରେ ସ୍ୱେଚ୍ଛାସେବୀ ଛାତ୍ରୀ ଏକ ସଚେତନତା ଶୋଭାଯାତ୍ରାରେ ସହର ପରିକ୍ରମା କରି ଆଠଗଡ଼ ଷ୍ଟେଟ ବ୍ୟାଙ୍କର ମୁଖ୍ୟଶାଖାରେ ପହଞ୍ଚି ଥିଲେ। ବ୍ୟାଙ୍କ ପରିସରରେ ଛାତ୍ରୀମାନେ ବ୍ୟାପକ ସଫେଇ କାର୍ଯ୍ୟକ୍ରମ କରିବା ସହ ବୃକ୍ଷଚାରା ରୋପଣ କରିଥିଲେ। ସେଠାରେ ଷ୍ଟେଟ ବ୍ୟାଙ୍କର ମୁଖ୍ୟ ପରିଚାଳକ ସବ୍ୟସାଚୀ ତ୍ରିପାଠୀ ଛାତ୍ରୀମାନଙ୍କୁ ସ୍ୱାଗତ କରିବା ସହ ସେମାନଙ୍କର ଏହି ସଚେତନତା କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହିତ ନିଜେ ଚାରା ରୋପଣ କରିଥିଲେ। କଲେଜର ସମସ୍ତ ଅଧ୍ୟାପିକା ଓ କର୍ମଚାରୀ ଏହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories