www.samajalive.in
Sunday, December 7, 2025
14.1 C
Bhubaneswar

ହ୍ୱାଟସ୍‌ଆପ୍‌ରେ ଜିଓମାର୍ଟ ସେବାର ଶୁଭାରମ୍ଭ ପାଇଁ ମେଟା ଓ ଜିଓ ପ୍ଲାଟଫର୍ମସ୍ ମଧ୍ୟରେ ସହଯୋଗିତା

~ ହ୍ୱାଟସ୍‌ଆପ୍‌ରେ ପ୍ରଥମ ଧରଣର ଏଣ୍ଡ୍‌-ଟୁ-ଏଣ୍ଡ୍ ସପିଙ୍ଗ୍ ଅନୁଭୂତି

ମୁମ୍ବାଇ/ ଭୁବନେଶ୍ୱର: ମେଟା ଓ ଜିଓ ପ୍ଲାଟଫର୍ମସ୍ ପକ୍ଷରୁ ଆଜି ହ୍ୱାଟସ୍‌ଆପ୍‌ରେ ପ୍ରଥମ ଧରଣର ଏଣ୍ଡ୍‌-ଟୁ-ଏଣ୍ଡ୍ ସପିଙ୍ଗ୍ ଅନୁଭୂତିର ଶୁଭାରମ୍ଭ ବିଷୟରେ ଘୋଷଣା କରାଯାଇଛି, ଯେଉଁଥିରେ ଗ୍ରାହକମାନେ ସେମାନଙ୍କ ହ୍ୱାଟସ୍‌ଆପ୍ ଚାଟ୍‌ରେ ରହି ଜିଓମାର୍ଟରେ ସପିଙ୍ଗ କରିପାରିବେ । ସାରା ବିଶ୍ୱରେ ପ୍ରଥମ ଭାବେ ହ୍ୱାଟସ୍‌ଆପ୍‌ରେ ଜିଓମାର୍ଟ ସେବା ଜରିଆରେ ପୂର୍ବରୁ କେବେ ଅନଲାଇନ୍‌ରେ ସପିଙ୍ଗ୍ କରିନଥିବା ଗ୍ରାହକଙ୍କ ସମେତ ସମସ୍ତ ଭାରତୀୟ ଜିଓମାର୍ଟର ସମଗ୍ର ଗ୍ରୋସରି କାଟ୍‌ଲଗ୍‌କୁ ବ୍ରାଉଜ୍ କରିପାରିବେ, କାର୍ଟରେ ସାମଗ୍ରୀ ଯୋଡ଼ିପାରିବେ ଏବଂ କିଣାକିଣି ପ୍ରକ୍ରିୟାକୁ ଶେଷ କରିବା ଲାଗି ପେମେଂଟ୍ (ଦେୟ ପ୍ରଦାନ) ମଧ୍ୟ କରିପାରିବେ-ଏସବୁ କାମ ପାଇଁ ସେମାନଙ୍କୁ ହ୍ୱାଟସ୍‌ଆପ୍ ଚାଟ୍ ଛାଡ଼ିଯିବାକୁ ପଡ଼ିବନି ।

- Advertisement -

ଏକ ଫେସବୁକ୍ ପୋଷ୍ଟ୍ ଜରିଆରେ ମେଟାର ପ୍ରତିଷ୍ଠାତା ଓ ସିଇଓ ମାର୍କ ଜୁକରବର୍ଗ କହିଛନ୍ତି ଯେ, “ଭାରତରେ ଜିଓମାର୍ଟ ସହିତ ଆମର ସହଯୋଗିତାର ଶୁଭାରମ୍ଭକୁ ନେଇ ଉତ୍ସାହିତ ଅଛୁ । ହ୍ୱାଟସ୍‌ଆପ୍‌ରେ ଏହା ହେଉଛି ଆମର ଏଣ୍ଡ୍‌-ଟୁ-ଏଣ୍ଡ୍ ସପିଙ୍ଗ୍ ଅନୁଭୂତି ଯାହା ଜରିଆରେ ଲୋକମାନେ ସେମାନଙ୍କ ଚାଟ୍‌ରେ ରହି ଜିଓମାର୍ଟରୁ ଏବେ ଗ୍ରୋସରି ସପିଙ୍ଗ୍ କରିପାରିବେ । ଏଭଳି ବାସ୍ତବ ଧାରା ଓ ଚାଟ୍ ଭିତିକ ଅନୁଭୂତିକୁ ନେଇ ପ୍ରସ୍ତୁତ ବ୍ୟବସାୟ ମେସେଜିଂ ସୁବିଧା ଆଗାମୀ ଦିନରେ ଲୋକଙ୍କ ଦ୍ୱାରା ଓ ବ୍ୟବସାୟ ଯୋଗାଯୋଗ ପାଇଁ ବିଶେଷ ଭାବେ ଆଦୃତ ହେବ ।’’
ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନି କହିଛନ୍ତି ଯେ, “ଆମର ଲକ୍ଷ୍ୟ ହେଉଛି ବିଶ୍ୱର ଅଗ୍ରଣୀ ଡିଜିଟାଲ୍ ସମାଜ ଭାବେ ଭାରତକୁ ଆଗକୁ ବଢ଼ାଇବା । ଯେତେବେଳେ ୨୦୨୦ରେ ଜିଓ ପ୍ଲାଟଫର୍ମସ୍ ଓ ମେଟାର ସହଯୋଗିତା ବିଷୟରେ ଘୋଷଣା କରାଯାଇଥିଲା ସେହି ସମୟରେ ମାର୍କ ଓ ମୁଁ ଅଧିକ ଲୋକ ଓ ବ୍ୟବସାୟକୁ ଅନଲାଇନ୍ ପର୍ଯ୍ୟନ୍ତ ଆଣିବା ଏବଂ ପ୍ରତି ଭାରତୀୟଙ୍କ ଦୈନନ୍ଦିନ ଜୀବନରେ ଅଧିକ ସୁବିଧା ପ୍ରଦାନ କରିବା ଲାଗି ବାସ୍ତବ ଅଭିନବ ସମାଧାନ ସୃଷ୍ଟି କରିବାର ସମାନ ଲକ୍ଷ୍ୟ ରଖିଥିଲୁ । ଅଭିନବ ଗ୍ରାହକ ଅନୁଭୂତିର ଏକ ଉଦାହରଣ ହେଉଛି ଯେ ହ୍ୱାଟସ୍‌ଆପ୍‌ରେ ଜିଓମାର୍ଟ ଏବଂ ଏହି ପ୍ରଥମ ଧରଣର ଏଣ୍ଡ୍‌-ଟୁ-ଏଣ୍ଡ୍ ସପିଙ୍ଗ୍ ଅନୁଭୂତି ବିକଶିତ କରିଥିବାରୁ ଆମେ ଗର୍ବିତ ମନେ କରୁଛୁ । କୋଟି କୋଟି ଭାରତୀୟଙ୍କୁ ଅନ୍‌ଲାଇନ୍ ସପିଙ୍ଗ୍‌ର ସରଳ ଓ ସହଜ ଉପାୟ ପ୍ରଦାନ କରିବା ଲାଗି ଆମର ରହିଥିବା ପ୍ରତିବଦ୍ଧତାକୁ ହ୍ୱାଟସ୍‌ଆପ୍‌ରେ ଜିଓମାର୍ଟ ଅନୁଭୂତି ଆହୁରି ଆଗକୁ ବଢ଼ାଇବ ।’’

ଭାରତର ଡିଜିଟାଲ୍ ରୂପାନ୍ତରଣକୁ ତ୍ୱରାନ୍ୱିତ କରିବା ଏବଂ ଦେଶରେ ଅର୍ଥନୈତିକ ଅଭିବୃଦ୍ଧିକୁ ଆଗକୁ ବଢ଼ାଇବା ଓ ସାଧାରଣ ଲୋକ ତଥା ବ୍ୟବସାୟମାନଙ୍କୁ ନୂଆ ଉପାୟରେ ଯୋଡ଼ି ହେବା ଲାଗି ସବୁ ପ୍ରକାର ସୁଯୋଗ ପ୍ରଦାନ କରିବା ଲାଗି ମେଟା ଓ ଜିଓ ପ୍ଲାଟଫର୍ମସ୍ ମଧ୍ୟରେ ସ୍ଥାପନ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ସହଯୋଗିତାର ଅଂଶ ହେଉଛି ଆଜିର ଏହି ଶୁଭାରମ୍ଭ । ହ୍ୱାଟସ୍‌ଆପ୍‌ରେ ଜିଓମାର୍ଟ ଅନୁଭୂତି ସାରା ଦେଶରେ କୋଟି କୋଟି ବ୍ୟବସାୟମାନକୁ ସେମାନଙ୍କ ଗ୍ରାହକମାନଙ୍କ ସହ ଯୋଡ଼ି ହେବାର ଉପାୟଗୁଡ଼ିକରେ ବୈପ୍ଳବିକ ପରିବର୍ତନ ଆଣିବ ଏବଂ ଲୋକମାନଙ୍କ ସପିଙ୍ଗ୍ ଅନୁଭୂତିରେ ଅତୁଳନୀୟ ସରଳତା ଓ ସୁବିଧା ପ୍ରଦାନ କରିବ ।
ହ୍ୱାଟସ୍‌ଆପ୍‌ରେ ଜିଓ ନମ୍ବର (+୯୧-୭୯୭୭୦୭୯୭୭୦)ରେ ସରଳ ଭାବେ ଇଂରାଜିରେ “ଐସ’ ଲେଖି ପଠାଇ ଗ୍ରାହକମାନେ ହ୍ୱାଟସ୍‌ଆପ୍ ଜରିଆରେ ଜିଓମାର୍ଟରେ ସପିଙ୍ଗ୍ ଆରମ୍ଭ କରିପାରିବେ ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories