www.samajalive.in
Friday, December 5, 2025
20.1 C
Bhubaneswar

ଘନ କୁହୁଡି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଉପକୂଳ ଓଡିଶାର ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ସକ୍ରିୟ ରହିଛି। ଏଥିପାଇଁ ଉପକୂଳ ଏବଂ ଏହାର ପାଶ୍ବବର୍ତ୍ତୀ ଅଞ୍ଚଳରେ ଘନ କୁହୁଡି ଦେଖାଦେଇଛି। ଘନ କୁହୁଡି ନେଇ ଶନିବାର ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା , କଟକ ,ଜଗସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର , ନୟାଗଡ, ଗଞ୍ଜାମ , ଗଜପତି, ରାୟଗଡା , କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାରେ ଘନ କୁହୁଡି ସମ୍ଭାବନା ରହିଛି। ଏସବୁ ସ୍ଥାନରେ ୨୦୦ ରୁ ୫୦ ମିଟରକୁ ଦୃଶ୍ୟମାନ କ୍ଷମତା ଖସି ଯାଇପାରେ। ଏଥିଲାଗି ଗାଡି ଚଳାଚଳ କରିବାବେଳେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି। ଆଗାମୀ ସପ୍ତାହେ ଭିତରେ ରାଜ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories