www.samajalive.in
Monday, December 8, 2025
14.1 C
Bhubaneswar

ମେଟ୍ରୋ ରେଳ ପ୍ରକଳ୍ପ ଧାର୍ଯ୍ୟ ସମୟରେ ଶେଷ ହେବ: ମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ଧାର୍ଯ୍ୟ ସମୟରେ ଶେଷ ହେବ। ଏହି ପ୍ରକଳ୍ପ ନେଇ ଖୁବ୍‌ଶୀଘ୍ର ଡିଏମ୍‌ଆରସି( ଦିଲ୍ଲୀ ମେଟ୍ରୋ ରେଳ ନିଗମ)ସହ ଆଲୋଚନା କରାଯିବ ବୋଲି ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ୪ ବର୍ଷ ଭିତରେ ୨୬ କିଲୋମିଟର ମେଟ୍ରୋ ପ୍ରକଳ୍ପ ଶେଷ କରାଯିବ। ପୂର୍ବର ବିଜେଡି ସରକାର ଭୁବନେଶ୍ୱରରେ ମେଟ୍ରୋ ପ୍ରକଳ୍ପ ପାଇଁ ନିଷ୍ପତ୍ତି ନେଇଥିଲେ।

ଏନେଇ ୫୯୨୯ କୋଟି ୩୮ ଲକ୍ଷ ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିଲା। ୨୦୨୪ ଜାନୁଆରୀ ୧ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ରାଜ୍ୟରେ ସରକାର ବଦଳିବା ପରେ ମେଟ୍ରୋ ପ୍ରକଳ୍ପର ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ମେଟ୍ରୋ ପ୍ରକଳ୍ପ କାର୍ଯ୍ୟ ପୂର୍ବ ଭଳି ଜାରି ରହିବ। ପୂର୍ବ ସରକାର ଆରମ୍ଭ କରିଥିବା କୌଣସି ଜନହିତକାରୀ ଯୋଜନା ବନ୍ଦ ହେବ ନାହିଁ ମନ୍ତ୍ରୀ ଡ. ମହାପାତ୍ର କହିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories