www.samajalive.in
Friday, December 5, 2025
26.1 C
Bhubaneswar

ଓଡ଼ିଶା ଆସିବେ ବିଲ୍‍ ଗେଟ୍ସ

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ- ପ୍ରତିଷ୍ଠାତା ବିଲ୍‍ ଗେଟ୍ସ। ଫେବୃଆରୀ ୨୮ରେ ଓଡ଼ିଶା ଆସି କୃଷି ଭବନରେ କୃଷି ସମୀକ୍ଷା କେନ୍ଦ୍ର ପରିଦର୍ଶନ କରିବେ। ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କୃଷିର ଉନ୍ନତି ପାଇଁ ୨୦୧୭ରେ ବିଲ୍‍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହିତ ଚୁକତିନାମା ସ୍ୱାକ୍ଷର କରିଥିଲେ ରାଜ୍ୟ ସରକାର। ଯାହା ଜରିଆରେ ବୈଷୟିକ ପ୍ରଣାଳୀରେ କ୍ଷୁଦ୍ରଚାଷୀଙ୍କ ଆୟ ବୃଦ୍ଧି କରାଯିବା ନେଇ ଯୋଜନା ହୋଇଥିଲା । ବିଲ ଗେଟ୍ସ ଫାଉଣ୍ଡେସନ ଏଥିପାଇଁ ବୈଷୟିକ ସହାୟତା ଯୋଗାଉଛି । ରାଜ୍ୟରେ କୃଷି ବିକାଶ କିପରି ହୋଇ ତାହାର ଅନୁଧ୍ୟାନ କରିବେ ବିଲ ଗେଟ୍ସ। ବିଶେଷକରି କୃଷି ବିଭାଗ କିପରି ଯୋଜନା ଲାଗୁ କରୁଛି ତାହା ଅନୁଧ୍ୟାନ କରିବେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories