www.samajalive.in
Sunday, December 14, 2025
23.1 C
Bhubaneswar

ମଧ୍ୟାହ୍ନ ଭୋଜନ ବାବଦରେ ମିଳିବ ଚାଉଳ ଓ ଟଙ୍କା

ଭୁବନେଶ୍ୱର: ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ବିଦ୍ୟାଳୟ ବନ୍ଦ ରହିଛି। ତେବେ ବିଦ୍ୟାଳୟ ବନ୍ଦ ଥିଲେ ମଧ୍ୟ ସରକାରୀ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନଭୋଜନ ବାବଦରେ ଚାଉଳ ଓ ଟଙ୍କା ମିଳିବ। ଏନେଇ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ୨୦୨୧-୨୨ ଶିକ୍ଷାବର୍ଷର ପ୍ରଥମ ପର୍ଯ୍ୟାୟରେ ଜୁନ୍‌ ୩୦ ପର୍ଯ୍ୟନ୍ତ ୩୭ ଦିନର ମଧ୍ୟାହ୍ନଭୋଜନ ଦିଆଯିବ। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ‌ ଭୋଜନ ବିତରଣ ନେଇ ନିୟମାବଳୀ ପ୍ରକାଶ ପାଇଛି।

ବିଦ୍ୟାଳୟ ପରିଚାଳନା କମିଟି(ଏସ୍‌ଏମ୍‌ସି) ସଦସ୍ୟଙ୍କ ଉପସ୍ଥିତିରେ ପ୍ରଧାନଶିକ୍ଷକ ଅଭିଭାବକଙ୍କୁ ବିଦ୍ୟାଳୟ କ୍ୟାମ୍ପ୍‌ସରେ ମଧ୍ୟାହ୍ନଭୋଜନ ଚାଉଳ ବଣ୍ଟନ କରିବେ। ତେବେ ବିତରଣ ସମୟରେ କରୋନା କଟକଣା ଯେଭଳି କଡ଼ାକଡ଼ି ଭାବେ ପାଳନ ହେବ ସେନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଧ୍ୟାନ ଦେବେ। ସମସ୍ତ ପ୍ରକ୍ରିୟାରେ ସ୍ବଚ୍ଛତା ବଜାୟ ରଖିବାକୁ ପ୍ରଧାନଶିକ୍ଷକ ପଦକ୍ଷେପ ନେବେ। ୩୭ ଦିନ ପାଇଁ ରନ୍ଧନ ଖର୍ଚ୍ଚର ଦେୟ ସିଧାସଳଖ ଛାତ୍ରଛାତ୍ରୀ କିମ୍ବା ଅଭିଭାବକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବାକୁ ନିଷ୍ପତ୍ତି ନିଆଯାଇଛି।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories