www.samajalive.in
Monday, December 8, 2025
20.1 C
Bhubaneswar

୧ ଟଙ୍କା ବଢ଼ିଲା ମଧ୍ୟାହ୍ନ ଭୋଜନ – ୧ମରୁ ୫ମ ୬ ଟଙ୍କା ୯୨ ଓ ୬ଷ୍ଠରୁ ୮ମ ୯ ଟଙ୍କା ୮୨ ପଇସା

ଡେସ୍କ: ରାଜ୍ୟ ସରକାର ଗୁରୁବାର ବିଦ୍ୟାଳୟରେ ପଢ଼ୁଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ପାଇଁ ଅଧିକ ୧ ଟଙ୍କା ଦେବାକୁ ଘୋଷଣା କରିଛନ୍ତି। ରାଜ୍ୟର ବିଦ୍ୟାଳୟ ଗୁଡିକରେ ପ୍ରାୟ ୪୩ ଲକ୍ଷରୁ ଅଧିକ ପିଲାଙ୍କୁ ମାଗଣା ମଧ୍ୟାହ୍ନ ଭୋଜନ ଯୋଗାଇ ଦିଆଯାଉଛି। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରତ୍ୟେକ ପିଲା ପିଛା ସରକାର ମଧ୍ୟାହ୍ନ ଭୋଜନ ପାଇଁ ୫ ଟଙ୍କା ୯୨ ପଇସା ଦେଉଥିବା ବେଳେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରତ୍ୟେକ ପିଲା ପିଛା ୮ ଟଙ୍କା ୮୨ ପଇସା ଦେଉଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପିଲା ପିଛା ମଧ୍ୟାହ୍ନ ଭୋଜନ ପାଇଁ ୧ ଟଙ୍କା ବୃଦ୍ଧି କରିଛନ୍ତି। ଫଳରେ ଏଣିକି ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମଧ୍ୟାହ୍ନ ଭୋଜନ ନିମନ୍ତେ ପ୍ରତ୍ୟେକ ପିଲା ପିଛା ୬ ଟଙ୍କା ୯୨ ପଇସା ଓ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରତ୍ୟେକ ପିଲା ପାଇଁ ୯ ଟଙ୍କା ୮୨ ପଇସା ଖର୍ଚ୍ଚ କରାଯିବ। ତେବେ ବର୍ତ୍ତମାନର ବଜାର ଦରକୁ ବିଚାରକୁ ନେଲେ ୧ ଟଙ୍କା ବୃଦ୍ଧି ସମୁଦ୍ରକୁ ସଂଖେ ଭଳି। କୋମଳମତି ପିଲାଙ୍କ ଶାରୀରିକ ଓ ମାନସିକ ବିକାଶ ପାଇଁ ଏତିକି ଅର୍ଥ ଯଥେଷ୍ଟ ନୁହେଁ ବୋଲି ବହୁ ପୂର୍ବରୁ ଦାବି ହୋଇ ଆସୁଥିଲେ ମଧ୍ୟ କୌଣସି ସରକାର ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି।

- Advertisement -

ବାସ୍ତବରେ ପିଲାଙ୍କ ସାମଗ୍ରିକ ବିକାଶ ନିମନ୍ତେ ମଧ୍ୟାହ୍ନ ଭୋଜନ ପାଇଁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରତ୍ୟେକ ପିଲା ପିଛା ଅନ୍ୟୁନ ୧୫ ଟଙ୍କା ଓ ଷଷ୍ଠରୁ ଅଷ୍ଟମ ପର୍ଯ୍ୟନ୍ତ ପ୍ରତ୍ୟେକ ପିଲା ପିଛା ୨୦ ଟଙ୍କା ବ୍ୟୟ ବରାଦ କରିବାକୁ ବିଭିନ୍ନ ମହଲରେ ଦାବି ହେଉଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories