www.samajalive.in
Monday, December 15, 2025
24.1 C
Bhubaneswar

୧୮ରେ ଖୋଲିବ ସ୍କୁଲ : ପ୍ରଥମ ଦିନରୁ ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ଵର: ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ଯାଉଛି। ଆଉ ମାତ୍ର ଦୁଇଟା ଦିନ ବାକି ରହିଛି। ମଙ୍ଗଳବାର ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପାଇଁ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ପିଲା ଯେଭଳି ମଧ୍ୟାହ୍ନ ଭୋଜନ ପାଇବାରୁ ବଞ୍ଚିତ ନହୁଅନ୍ତି , ସେ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କୁ ତାଗିଦ କରାଯାଇଛି। ତେବେ ସ୍କୁଲ ଖୋଲିବା ପୂର୍ବରୁ ମଧ୍ୟାହ୍ନ ଭୋଜନ ପାଇଁ ବଳକା ରହିଥିବା ଚାଉଳ, ତେଲ, ଡାଲି, ସୋୟାବଢ଼ି ସମେତ ମଧ୍ୟାହ୍ନ ଭୋଜନରେ ବ୍ୟବହୃତ ଅନ୍ୟାନ୍ୟ ସାମଗ୍ରୀର ମାନ ଠିକ୍ ଅଛି କି ନାହିଁ ଯାଞ୍ଚ କରିବାକୁ ନିର୍ଦେଶ ରହିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories