www.samajalive.in
Monday, December 8, 2025
24.1 C
Bhubaneswar

ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ: ଛାତ ଉପରେ ଖସିପଡ଼ିଲା ଭଗ୍ନାବଶେଷ, ୩ ମୃତ

ହନୁମାନଗଡ଼: ରାଜସ୍ଥାନର ହନୁମାନଗଡ଼ରେ ଭାରତୀୟ ବାୟୁସେନାର ମିଗ୍‌-୨୧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପାଇଲଟ୍‌ ସୁରକ୍ଷିତ ଥିବା କୁହାଯାଉଛି। ଏଥିସହ ୩ ଜଣ ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ମିଗ୍‌-୨୧ର ଭଗ୍ନାବଶେଷ ଏକ ଘରର ଛାତ ଉପରେ ପଡ଼ିବାରୁ ୩ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି। ବିମାନ ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇ ଅଧିକାରୀମାନେ କହିଛନ୍ତି ଯେ, ମିଗ୍‌-୨୧ ଯୁଦ୍ଧ ବିମାନର ପାଇଲଟ୍‌ ପାରାଶୁଟ୍‌ ବ୍ୟବହାର କରି ଉଚିତ୍‌ ସମୟରେ ବିମାନରୁ ଡେଇଁ ପଡ଼ିଥିଲେ। ଏହି ଦୁର୍ଘଟଣାରେ ଆହତ ପାଇଲଟଙ୍କ ପାଇଁ ବାୟୁସେନାର ଏମଆଇ ୧୭ ହେଲିକପ୍ଟର ପଠାଯାଇଛି। ଦୁର୍ଘଟଣାର କାରଣ ଜାଣିବା ପାଇଁ ଏକ ତଦନ୍ତ କମିଟି ଗଠନ କରାଯାଇଛି। ବିମାନଟି ବହଲୋଲ ନଗର ଗାଁର ବାହ୍ୟ ଅଞ୍ଚଳରେ ଖସି ପଡିଥିଲା।

- Advertisement -

ବିକାନେର ରେଞ୍ଜର ପୁଲିସ୍ ଇନ୍ସପେକ୍ଟର ଓମ୍ ପ୍ରକାଶ କହିଛନ୍ତି ଯେ, ହନୁମାନଗଡ଼ ଜିଲାର ପିଲିବଙ୍ଗା ନିକଟରେ ହୋଇଥିବା ବିମାନ ଦୁର୍ଘଟଣାରେ ୩ ଜଣ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ମହିଳା ଆହତ ହୋଇଛନ୍ତି।

 

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories