www.samajalive.in
Sunday, December 7, 2025
16.1 C
Bhubaneswar

ମିଗ୍‌-୨୧ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ପାଇଲଟ୍‌ ମୃତ

ପଞ୍ଜାବର ମୋଗା ନିକଟରେ ବାୟୁସେନାର ଏକ ମିଗ୍‌-୨୧ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ପାଇଲଟ୍‌ ଅଭିନବ ଚୌଧୁରୀଙ୍କ ମୃତ୍ୟୁ ଘଟିଛି। ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଗୁରୁବାର ରାତି ପ୍ରାୟ ସା​‌ଢ଼େ ୯ଟାରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।

ଏସପି (ମୁଖ୍ୟାଳୟ) ଗୁରଦୀପ ସିଂହଙ୍କ ସୂଚନା ଅନୁସାରେ, ମୋଗାଠାରୁ ପ୍ରାୟ ୨୫ କିଲୋମିଟର ଦୂର ବାଘାପୂରାନା ଅନ୍ତର୍ଗତ ଲଙ୍ଗିୟାନା ଖୁର୍ଦ ଗାଁ ନିକଟରେ ବିମାନଟି ଖସିପଡ଼ିଥିଲା। ଏହା ପରେ ବିମାନରେ ନିଆଁ ଲାଗିଯାଇଥିଲା। ବିମାନଟି ମାଟି ଭିତରକୁ ୫ ଫୁଟ ଗଭୀରକୁ ପଶିଯାଇଥିଲା। ପାଇଲଟ୍‌ ଶେଷ ମୁହୂର୍ତ୍ତରେ ବିମାନରୁ ଡେଇଁ ପଡ଼ିଥିଲେ। ଫଳରେ ତାଙ୍କ ବେକ ଭାଙ୍ଗିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ପାଗ ଖରାପ ଯୋଗୁ ଉଦ୍ଧାରକାରୀ ଦଳ ରାତି ପ୍ରାୟ ସାଢ଼େ ୧୧ଟାରେ ଘଟଣାସ୍ଥଳରେ ପହଞ୍ଚିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories