www.samajalive.in
Monday, December 15, 2025
24.1 C
Bhubaneswar

ଓଡ଼ିଶା ଫେରିଲେଣି ୫,୭୯,୬୪୬ ପ୍ରବାସୀ: କ୍ବାରେଣ୍ଟାଇନ୍‌ ଶେଷ ପ୍ରବାସୀଙ୍କୁ ମିଳିଲା ୫୬,୫୧, ୯୪ ହଜାର ଟଙ୍କା

ଭୁବନେଶ୍ବର: କରୋନା ଭୂତାଣୁ ସଂକ୍ରମଣ ଆଶଙ୍କା କରି ବାହାର ରାଜ୍ୟ ତଥା ବିଦେଶରୁ ଓଡ଼ିଶା ଫେରିଲେଣି ୫,୭୯,୬୪୬ଜଣ ପ୍ରବାସୀ ଓଡ଼ିଆ। ସେମାନଙ୍କ ମଧ୍ୟରୁ ଯେଉଁମାନେ ସରକାରଙ୍କ କୋଭିଡ୍‌-୧୯ ମାର୍ଗଦର୍ଶିକା ଅନୁଯାୟୀ ଆନୁଷ୍ଠାନିକ କ୍ବାରେଣ୍ଟାଇନ୍‌ ଶେଷ କରିଛନ୍ତି ସେମାନଙ୍କୁ ୫୬ କୋଟି ୫୧ ଲକ୍ଷ ୯୪ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା କ୍ରମେ ଓଡ଼ିଶାକୁ ଫେରି ଆନୁଷ୍ଠାନିକ କ୍ୱାରାଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀମାନଙ୍କୁ ୨୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନରାଶି ପ୍ରଦାନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ଏ ବାବଦରେ ୫୬ କୋଟି ୫୧ ଲକ୍ଷ ୯୪ ହଜାର ଟଙ୍କା ପ୍ରଦାନ କରାଯାଇ ସାରିଛି। ଏହି ସମସ୍ତ ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଭରଣା କରାଯାଉଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ଭାଉଭଉଣୀମାନେ ଦୈନିକ ଓଡ଼ିଶା ଫେରୁଛନ୍ତି । ଆଜି ୭୨୨ ଜଣ ଓଡ଼ିଆ ଭାଉଭଉଣୀ ଓଡ଼ିଶାରେ ପହଞ୍ଚିଛନ୍ତି। ଏ ପର୍ଯ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୫,୭୯,୬୪୬ ଜଣ ଫେରିଛନ୍ତି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୪୯,୯୦୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୬,୩୫୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୪୬୦୬ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧,୭୧୯ ରହିଛି। ୧,୯୦୩ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories