www.samajalive.in
Tuesday, December 9, 2025
26.1 C
Bhubaneswar

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାହାର ରାଜ୍ୟକୁ କାମ କରିବାକୁ ଯାଇ ଶବ ହୋଇ ଫେରୁଛନ୍ତି। ଏଭଳି ଅନେକ ଘଟଣାର ନଜିର ରହିଆସିଛି। ତେବେ ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ୫୧୮ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ନେଇ ବିଧାନସଭାରେ ମଙ୍ଗଳବାର ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ।

ଶ୍ରମ ମନ୍ତ୍ରୀଙ୍କ ଉତ୍ତର ଅନୁସାରେ, ବାହାର ରାଜ୍ୟକୁ କାମ କରିବାକୁ ଯାଇ ପ୍ରାଣ ହରାଇଥିବା ଦାଦନଙ୍କ ମଧ୍ୟରୁ କଳାହାଣ୍ଡିର ୬୦ ଜଣ, ଗଞ୍ଜାମର ୫୬ ଜଣ ଓ ବଲାଙ୍ଗୀର ୩୮, କନ୍ଧମାଳ ୩୪, ନବରଙ୍ଗପୁର ୩୫, ରାୟଗଡା ଜିଲାର ୩୪ ଜଣ ଦାଦନ ଶ୍ରମିକ ରହିଛନ୍ତି। ଏହି ସବୁ ଲୋକ ଦେଶ ବାହାର ଓ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇ ମୃତ୍ୟୁ ବରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୩୯୫ ମୃତ ଶରୀରକୁ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି।

Hot this week

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

Related Articles

Popular Categories