www.samajalive.in
Saturday, December 6, 2025
26.1 C
Bhubaneswar

କିମ୍ବଦନ୍ତୀ ପୁରୁଷ ମିଲ୍‍ଖା ସିଂହଙ୍କ ପରଲୋକ

ଭାରତୀୟ ଦୌଡ଼କୁଦ ଜଗତର କିମ୍ବଦନ୍ତୀ ପୁରୁଷ ମିଲ୍‍ଖା ସିଂହଙ୍କ ପରଲୋକ ଘଟିଛି, ସେ କରୋନା ପରବର୍ତ୍ତୀ ଜଟିଳତାରେ ପୀଡିତ ଥିଲେ ଓ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ଗତ ମେ’ ମାସରେ ସେ କରୋନାରେ ଆକ୍ରାନ୍ତ ହେବା ପରେ ସୁସ୍ଥ ହୋଇଥିଲେ ମଧ୍ୟ କିଛି ଦିନ ଅନ୍ତରରେ ସେ କରୋନା ପରବର୍ତ୍ତୀ ଜଟିଳତାରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ଜୁନ ୧୮ ତାରିଖ ରାତି ୧୧ଟା ୩୦ ମିନିଟରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

ଗତ ମାସରେ ସେ କରୋନା ଆକ୍ରାନ୍ତ ହେବା ପରେ ନିଜ ଘରେ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିଲେ ଓ ପରେ ଚଣ୍ଡୀଗଡ଼ ସ୍ଥିତ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ଏଜୁକେସନ ଆଣ୍ଡ ରିସର୍ଚ୍ଚରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ଗତ ୧୩ ତାରିଖରେ ମୀଲଖାଙ୍କ ପତ୍ନୀ ନିର୍ମଳା ମୀଲଖା ସିଂହଙ୍କ ୮୫ ବର୍ଷ ବୟସରେ କାରନାରେ ପରଲୋକ ଘଟିଛି।

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ଶୁକ୍ରବାର ଦିନ ଫୋନ୍‍ ଯୋଗେ ମିଲ୍‍ଖାଙ୍କ ସହ କଥା ହୋଇଥିଲେ ଏବଂ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଥିଲେ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories