www.samajalive.in
Sunday, December 14, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି। ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ ଯେ ଅଙ୍ଗନବାଡି କେନ୍ଦ୍ର ଗୁଡିକ ରାଜ୍ୟରେ କୋମଳମତି ଶିଶୁ ମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି। ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ। ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି। ଅନୁଦାନ ଅର୍ଥରେ ମେଡିସିନ୍‌ କିଟ୍‌, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ ବୋଲି ସୂଚନା ଦିଆଯାଇଛି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories