www.samajalive.in
Sunday, December 7, 2025
16.1 C
Bhubaneswar

କେବଳ କେନ୍ଦୁଝର ନୁହେଁ, ରାଜ୍ୟର ପ୍ରତ୍ୟେକ କୋଣରେ ଭରପୂର ରହିଛି ଖଣିଜ ସମ୍ପଦ : ମୁଖ୍ୟମନ୍ତ୍ରୀ

କୋଣାର୍କ: କୋଣାର୍କରେ ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ ଅନୁଷ୍ଠିତ ହେଉଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟନ କରିଛନ୍ତି। କେନ୍ଦ୍ର ଖଣି ମନ୍ତ୍ରଣାଳୟ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗିତାରେ ସମ୍ମିଳନୀର ଆୟୋଜନ କରାଯାଇଛି । କେନ୍ଦ୍ର ଖଣିଜ ସମ୍ପଦ ମନ୍ତ୍ରୀ ଜି.କିଶନ ରେଡ୍ଡୀ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଓଡ଼ିଶା ସମେତ ୧୬ଟି ଖଣି ବହୁଳ ରାଜ୍ୟର ମନ୍ତ୍ରୀମାନେ ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବୋଧନ କରି କହିଛନ୍ତି ଓଡିଶା ବହୁ ବିଧ ଖଣିଜ ସମ୍ପଦରେ ଭରପୂର ରାଜ୍ୟ। କେବଳ କେନ୍ଦୁଝର ନୁହେଁ ରାଜ୍ୟର ପ୍ରତ୍ୟେକ କୋଣ ଅନୁକୋଣରେ ଖଣିଜ ସମ୍ପଦ ଭରପୂର ହୋଇ ରହିଛି। ତେଣୁ ଓଡିଶା ବାସ୍ତବରେ ରତ୍ନଗର୍ଭା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଦେଶର ବିକାଶରେ ଓଡିଶାର ଭୂମିକା ଗୁରୁତ୍ଵପୂର୍ଣ୍ଣ। ବର୍ତ୍ତମାନ ଓଡିଶା ମାଟିରେ ଲିଥିୟମ୍ ଥିବା ସଙ୍କେତ  ମିଳିଛି। ଇ-ବ୍ୟାଟେରୀ ଶିଳ୍ପ ପାଇଁ ଏହା ଭଲ ଏକ ଭଲ ଖବର ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories