www.samajalive.in
Saturday, December 6, 2025
19.1 C
Bhubaneswar

ପୂର୍ବତନ ମନ୍ତ୍ରୀ ଡ. ଚୈତନ୍ୟ ପ୍ରସାଦଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ଡ. ଚୈତନ୍ୟ ପ୍ରସାଦ ମାଝୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସୋମବାର ତାଙ୍କର ଦେହାନ୍ତ ହୋଇଛି। କିଛି ଦିନ ହେବ ସେ ଅସୁସ୍ଥ ଥିଲେ। ୧୯୭୯ ରୁ ୧୯୮୫ ଯାଏ ସେ ଓପିଏସସିର ସଦସ୍ୟ ଥିଲେ। କଂଗ୍ରେସ ଦଳରୁ ରାଜ୍ୟସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇ ୧୯୭୨ ରୁ ୧୯୭୮ ଯାଏ ସେ କେନ୍ଦ୍ର କ୍ୟାବିନେଟର ପେଟ୍ରୋଲିୟମ ଓ କେମିକାଲର ଉପମୁଖ୍ୟମନ୍ତ୍ରୀ ଥିଲେ।

ଡ. ଚୈତନ୍ୟ ପ୍ରସାଦ ମାଝୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ବାର୍ତ୍ତାରେ କହିଛନ୍ତି ଯେ, ସ୍ୱର୍ଗତ ମାଝୀ ଓଡ଼ିଶା ଓ ଅନୁସୂଚିତ ଜନଜାତିର ଲୋକଙ୍କ ବିକାଶ ପାଇଁ ବହୁ କାର୍ୟ୍ୟ କରିଛନ୍ତି । ସ୍ୱର୍ଗତଃ ଚୈତନ୍ୟ ପ୍ରସାଦ ମାଝୀଙ୍କ ଝିଅ ସରୋଜିନୀ ହେମ୍ବ୍ରମ୍ ବର୍ତ୍ତମାନ ବିଜୁ ଜନତା ଦଳର ସାଂସଦ ଅଛନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories