www.samajalive.in
Friday, December 5, 2025
26.1 C
Bhubaneswar

ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ୧୦୦ କ୍ୟୁବ୍ ଷ୍ଟାର୍ଟଅପର କରିବେ ଶୁଭାରମ୍ଭ

ଡେସ୍କ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିଠାରୁ ଦୁଇ ଦିନ ଧରି ସମ୍ବଲପୁର ଗସ୍ତ କରିବେ। ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ଆଇଆଇଏମ ସମ୍ବଲପୁରରେ ୧୦୦ କ୍ୟୁବ୍ ଷ୍ଟାର୍ଟଅପର ଶୁଭାରମ୍ଭ କରିବା ସହ ବିଭିନ୍ନ ସରକାରୀ ଓ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଅନୁଯାୟୀ, ଆଜି ଶ୍ରୀ ପ୍ରଧାନ ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଏନଏସଡିସି ଏବଂ ବଜାଜ ଫିନସର୍ଭ ପକ୍ଷରୁ ଆୟୋଜିତ ଆର୍ଥିକ ସେବା ଦକ୍ଷତା ବିକାଶ କାର୍ଯ୍ୟକ୍ରମ – ପ୍ରୋଜେକ୍ଟ ଓଡିସର୍ଭର ଶୁଭାରମ୍ଭ କରିବେ। ଆଜି ମଧ୍ୟ କେନ୍ଦ୍ରମନ୍ତ୍ରୀ ସମ୍ବଲପୁର ଷ୍ଟେସନରେ ‘ସମ୍ବଲପୁର ହଟିଆ – ଗୋରଖପୁର ମୌର୍ଯ୍ୟ ଏକ୍ସପ୍ରେସର ଶୁଭାରମ୍ଭ କରିବେ।

- Advertisement -

ଆସନ୍ତାକାଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରେଢାଖୋଲରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମରେ ସାମିଲ ହେବେ।

Hot this week

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

Related Articles

Popular Categories