www.samajalive.in
Friday, December 5, 2025
20.1 C
Bhubaneswar

ନୂଆପଡ଼ାରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ନିର୍ବାଚନୀ ପ୍ରଚାର

ନୂଆପଡ଼ା/ଭୁବନେଶ୍ୱର: ନୂଆପଡ଼ା ବିଧାନସଭା ଉପନିର୍ବାଚନରେ ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ କୋମନା ବ୍ଲକରେ ନିର୍ବାଚନୀ ପ୍ରଚାର କରିଛନ୍ତି । ପ୍ରଥମେ ନୂଆପଡ଼ା ବିଜ୍ଞାପିତ ପରିଷଦ ଅଞ୍ଚଳର ୱାର୍ଡ଼ ନମ୍ବର-୮ ସଲେଭଟା ଅଞ୍ଚଳରେ ଘର ଘର ବୁଲି ନିର୍ବାଚନ ପ୍ରଚାର କରିଥିଲେ । ନରେନ୍ଦ୍ର ମୋଦୀ ଓ ମୋହନ ମାଝୀଙ୍କ ହାତକୁ ମଜଭୁତ କରିବା ପାଇଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ଭୋଟ ଦେବା ପାଇଁ ଭୋଟରଙ୍କୁ ନିବେଦନ କରିଥିଲେ ।

ଏହାପରେ ନୂଆପଡ଼ାର ଆମୋଦି ଠାରେ ଆୟୋଜିତ ପ୍ରବାସୀ ଓଡ଼ିଆ ସମ୍ମିଳନୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ସଭାରେ ମନ୍ତ୍ରୀ ଡ.ମହାଲିଙ୍ଗ ନିଜ ବକ୍ତବ୍ୟରେ ରାଜ୍ୟରେ କୃଷକ ଭାଇଭଉଣୀ ମାନଙ୍କୁ ଶସକ୍ତ ଏବଂ ସମୃଦ୍ଧ କରିବା ପାଇଁ ଧାନର ସର୍ବନିମ୍ନ ସହାୟତା ମୁଲ୍ୟରେ ବୃଦ୍ଧି, ମା’ମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସୁଭଦ୍ରା ଯୋଜନା, ଉନ୍ନତ ଏବଂ ନିଃଶୁଳ୍କ ଚିକିତ୍ସା ସେବା ପାଇଁ ଆୟୁଷ୍ମାନ ଏବଂ ବୟୋବନ୍ଦନା ଯୋଜନା, ନିରାଶ୍ରୟ ଲୋକ ପାଇଁ ଅନ୍ତ୍ୟୋଦୟ ଗୃହ ଯୋଜନା ଆଦି ଅନେକ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିବା ସହ ବିଜେପି ପ୍ରାର୍ଥୀ ଶ୍ରୀ ଜୟ ଢୋଲକିଆଙ୍କ ସପକ୍ଷରେ ନିଜର ସମର୍ଥନ ଜଣାଇ ଡବଲ ଇଞ୍ଜିନ ସରକାରର ଡବଲ ଦ୍ରୁତ ବିକାଶ ଧାରାରେ ନୂଆପଡା ସାମିଲ ହେବା ପାଇଁ ଆହ୍ଵାନ ଦେଇଥିଲେ ।

- Advertisement -

ଏହି ଅବସରରେ ରାଜ୍ୟସଭା ସାଂସଦ ସୁଜିତ କୁମାର, ଛତିଶଗଡ ମହାସମୁନ୍ଦ ସଂସଦୀୟ କ୍ଷେତ୍ରର ସାଂସଦ ଶ୍ରୀମତୀ ରୂପକୁମାରୀ ଚୌଧୁରୀ ,ବିଧାୟକ ଶ୍ରୀ ଦୁଷ୍ମନ୍ତ କୁମାର ସ୍ୱାଇଁ, ପୂର୍ବତନ ବିଧାୟିକା କୁସୁମ ଟେଟେ ଏବଂ ଯୁବ ନେତା ଅଭିନନ୍ଦନ ପଣ୍ଡାଙ୍କ ସମେତ ଦଳର ଅନ୍ୟ ନେତୃବୃନ୍ଦ ଯୋଗ ଦେଇଥିଲେ ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories