www.samajalive.in
Sunday, December 7, 2025
26.1 C
Bhubaneswar

ବାତ୍ୟା ନେଇ କଳାବଜାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ ସତର୍କ ବାଣୀ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୨୩ ତାରିଖରେ ହେବ ବାତ୍ୟା। ରବିବାର ଏହା ଏକପ୍ରକାର ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତାକାଲି ଅର୍ଥାତ ସୋମବାର ଏହା ଲଘୁଚାପରେ ପରିଣତ ହେବ। ଏହା ପରେ ପର୍ଯ୍ୟାୟକ୍ରମେ ଅବପାତ ଏବଂ ବାତ୍ୟାର ରୂପ ନେବ। ପ୍ରାଥମିକ ଆକଳନ ଅନୁସାରେ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ମୁହାଁ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତେବେ ବାତ୍ୟାକୁ ନେଇ ରାଜ୍ୟରେ ଘନେଇଛି କଳାବଜାରୀ ଆଶଙ୍କା। କଳାବଜାରୀଙ୍କୁ ସତର୍କ ବାଣୀ ଶୁଣାଇଛନ୍ତି ଯୋଗାଣ ମନ୍ତ୍ରୀ। ସରକାର କଳାବଜାରୀକୁ ବରଦାସ୍ତ କରିବେ ନାହିଁ। ଷ୍ଟକ୍ ପଏଣ୍ଟଗୁଡ଼ିକରେ ଯାଞ୍ଚ ହେବା ସହ ଚଢ଼ାଉ ମଧ୍ୟ କରିବ ବିଭାଗ। କଳାବଜାରୀ ସହ ସମ୍ପୃକ୍ତି ଥିଲେ କଠୋର କର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories