www.samajalive.in
Monday, December 15, 2025
15.1 C
Bhubaneswar

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କର ଏକାମ୍ର ହାଟର ହସ୍ତତନ୍ତ ବଜାର ପରିଦର୍ଶନ

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହାୟତାରେ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟରେ ‘ବୟନିକା’ ଦ୍ୱାରା ହସ୍ତତନ୍ତ ବଜାର ଗତ ୨୫ ତାରିଖରୁ ଚଳିତ ଡିସେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି ବଜାରକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଆଜି ପରିଦର୍ଶନ କରିଥିଲେ। ମନ୍ତ୍ରୀଙ୍କ ସହିତ ବିଭାଗୀୟ ଶାସନ ସଚିବ ଶୁଭା ଶର୍ମା, ବୟନଶିଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାସ, ‘ବୟନିକା’ର ପରିଚାଳନା ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ର ଓ ଅନ୍ୟାନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।
ବଜାରରେ ‘ବୟନିକା’ ବ୍ୟତୀତ ୧୪ଟି ବୟନମଣ୍ଡଳର ୩୩ଟି ପ୍ରାଥମିକ ତନ୍ତୁବାୟ ସହଯୋଗ ସମିତି ପ୍ରସ୍ତୁତ ହସ୍ତତନ୍ତ ବସ୍ତ୍ର ପ୍ରଦର୍ଶିତ ଓ ବିକ୍ରୟ ହେଉଛି । ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲାର ବାନ୍ଧ ସିଲ୍କ ଶାଢ଼ି, ବମକେଇ ଶାଢ଼ି, ବରଗଡ଼ ଜିଲାର କଟନ୍‌ ବାନ୍ଧ ଶାଢ଼ି, ବେଡ୍‌ସିଟ୍‌, ଆଠଗଡ଼ର ଖଣ୍ଡୁଆ ଓ ମାଣିଆବନ୍ଧ ଶାଢ଼ି, କଟକ ଗୋପାଳପୁରର ଟସର ବସ୍ତ୍ର, ବ୍ରହ୍ମପୁର ସୂତା ଶାଢ଼ି ଏବଂ କୋରାପୁଟ ଜିଲାର କୋଟପାଡ଼ ବସ୍ତ୍ର ଇତ୍ୟାଦି ଉପଲବ୍ଧ ହେଉଛି। ଏତଦ୍‌ବ୍ୟତୀତ ଖୋର୍ଦ୍ଧା ଓ ନୟାଗଡ଼ ଜିଲା ଉତ୍ପାଦିତ ବସ୍ତ୍ର ପ୍ରଦର୍ଶିତ କରାଯାଇଛି। ମନ୍ତ୍ରୀ ପଦ୍ମିନୀ ଦିଆନ୍‌ ଓ ବିଭାଗୀୟ ଶାସନ ସଚିବ ପ୍ରତ୍ୟେକ ଷ୍ଟଲ ବୁଲି ବୁଣାକାରମାନେ ପ୍ରସ୍ତୁତ କରିଥିବା ନୂତନ ଡିଜାଇନ୍‌ର ବସ୍ତ୍ରଗୁଡ଼ିକ ଦେଖିବା ସହିତ ନୂତନ ଡିଜାଇନ୍‌ର ବସ୍ତ୍ର ବୁଣି ବୁଣାକାରମାନେ ଅଧିକ ଉପାର୍ଜନ କରିବା ପାଇଁ ପ୍ରୋତ୍ସାହିତ କରିଥିଲେ।

ଉପରୋକ୍ତ ୩୩ଟି ସମିତି ବ୍ୟତୀତ ଏକାମ୍ର କୁଟୀରରେ ଅନ୍ୟ ୪୪ଟି ପ୍ରାଥମିକ ସମିତି/ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକ ବଜାରରେ ଚଳିତ ମାସ ୧୫ ତାରିଖ ପର୍ଯ୍ୟନ୍ତ ଅଂଶଗ୍ରହଣ କରିବାର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟହ ଏହି ହସ୍ତତନ୍ତ ବଜାରକୁ ଦର୍ଶକ ଓ ଗ୍ରାହକମାନେ ଆସି ସେମାନଙ୍କର ଆବଶ୍ୟକୀୟ ବସ୍ତ୍ର କ୍ରୟ କରୁଛନ୍ତି। ଡିସେମ୍ବର ୧ ତାରିଖ ସୁଦ୍ଧା ହସ୍ତତନ୍ତ ବଜାରରେ ୨୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ବିକ୍ରୟ ହୋଇଛି। କରୋନା ପରବର୍ତ୍ତୀ ସମୟରେ ଆୟୋଜିତ ହୋଇଥିବା ଏହି ହସ୍ତତନ୍ତ ବଜାର ବୁଣାକାରମାନଙ୍କର ଗଚ୍ଛିତ ଲୁଗା ବିକି୍ର ହେବାରେ ସହାୟକ ହୋଇଛି ବୋଲି ଅଂଶଗ୍ରହଣକାରୀ ବୁଣାକାରମାନେ ମତ ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories