www.samajalive.in
Monday, December 15, 2025
24.1 C
Bhubaneswar

ଅସୁରକ୍ଷିତ କୋଠା ଭଙ୍ଗା ପ୍ରକ୍ରିୟା ହେବ ତ୍ଵରାନ୍ବିତ : ମନ୍ତ୍ରୀ

କଟକ: କଟକ ଅଘଟଣ ପରେ ବଡ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ବେସରକାରୀ ବିପଦପୂର୍ଣ୍ଣ ଘର ଭାଙ୍ଗିବା ପ୍ରକ୍ରିୟା ତ୍ଵରାନ୍ବିତ ହେବ। ବିପଦପୂର୍ଣ୍ଣ ବିଲଡିଂ ଘୋଷଣା କରିବା ପୂର୍ତ୍ତ ବିଭାଗର ଦାୟିତ୍ଵ। ବିପଦପୂର୍ଣ୍ଣ କୋଠା ଭାଙ୍ଗିବା ନଗର ଉନ୍ନୟନ ବିଭାଗର ଦାୟିତ୍ଵ ବୋଲି ମନ୍ତ୍ରୀ କହିଛନ୍ତି। ସରକାରୀ ଘରକୁ ଅସୁରକ୍ଷିତ ଘୋଷଣା କରିବା ସରକାରଙ୍କର ଦାୟିତ୍ଵ। ତେଣୁ ଅସୁରକ୍ଷିତ ଘର ମାଲିକ ସଚେତନ ହେବା ଦରକାର।
ଶନିବାର କଟକ ମଣିସାହୁ ଛକରେ ଏକ ଆଜବେଷ୍ଟସ ଘର ଉପରେ କୋଠା ବାଲକୋନୀ ଭୁଶୁଡ଼ି ପଡ଼ିବାରୁ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରେ ଜଣେ ୪ ବର୍ଷୀୟ ଶିଶୁ ରହିଥିବା ଜଣାପଡ଼ିଛି। ଅନ୍ୟ ଜଣେ ମହିଳା ସାଇନା ବେଗମ(୨୯) ଗୁରୁତର ଅଛନ୍ତି। ଖବର ପାଇ କଟକ ଅଗ୍ନିଶମ ସେବା କର୍ମଚାରୀମାନେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ହେଲେ ସେଠାରେ ୩ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। କୋଠାଠି ବହୁ ପୁରୁଣା ବୋଲି କୁହାଯାଉଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories