www.samajalive.in
Friday, December 5, 2025
23.1 C
Bhubaneswar

ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ

ଭୁବନେଶ୍ବର: ପ୍ରତ୍ୟେକ ଜିଲ୍ଲା ପାଇଁ ଜଣେ ଜଣେ ମନ୍ତ୍ରୀଙ୍କୁ ମଣ୍ଡି ଦାୟିତ୍ଵ ଦିଆଯାଇଛି। ମନ୍ତ୍ରୀମାନେ ବିଭିନ୍ନ ମଣ୍ଡି ବୁଲି ସ୍ଥିତି ଅନୁଧ୍ୟାନ କରିବେ। ଧାନ ସଂଗ୍ରହ ସମୟରେ ସମନ୍ବୟ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ ହୋଇଛି ବୋଲି ଆଜି ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଜିଲ୍ଲାପାଳ ପ୍ରତ୍ୟେକ ମଣ୍ଡିରେ ଜଣେ ଜଣେ ଅଫିସରଙ୍କୁ ଦାୟିତ୍ବ ଦେବେ । ଅଫିସରମାନେ ଜିଲ୍ଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିବେ । ସମବାୟ, ପଞ୍ଚାୟତିରାଜ, ଖାଦ୍ୟ ଯୋଗାଣ ଭଳି ବିଭାଗ ସମନ୍ବୟ ରଖି କାର୍ଯ୍ୟ କରିବେ ।

୫ ଜିଲ୍ଲାକୁ ମୋଟ୍‌ ୨ ଲକ୍ଷ ୯୪ ହଜାର ୫୯୪ଟି ଟୋକେନ ଦିଆଯାଇଛି । ବରଗଡ଼ରେ ୭୩୬୯୬, ବଲାଙ୍ଗୀରରେ ୫୩୦୯୦, କଳାହାଣ୍ଡିରେ ୮୮୬୬୬ ଟୋକେନ୍, ନୂଆପଡ଼ାରେ ୨୯୭୮୬ ଏବଂ ସମ୍ବଲପୁରରେ ୪୯୩୩୩ ଜଣଙ୍କୁ ଟୋକେନ୍ ଦିଆଯାଇଛି । ଶୀଘ୍ର ଅନ୍ୟ ଅଞ୍ଚଳରେ ମଧ୍ୟ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରାଯିବ । ଚଳିତ ଖରିଫ ଋତୁରେ ୧୯ ଲକ୍ଷ ୬୭ ହଜାର ୮୧୨ ଚାଷୀ ପଞ୍ଜିକୃତ ହୋଇଛନ୍ତି । ଆଗକୁ ଶହେଟି ମଡେଲ ମଣ୍ଡି ଖୋଲିବାକୁ ଯୋଜନା କରିଛନ୍ତି ସରକାର ବୋଲି ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories