www.samajalive.in
Tuesday, December 9, 2025
16.1 C
Bhubaneswar

ଅଧିକାରୀମାନେ ନିଜର ମାନସିକତା ପରିବର୍ତ୍ତନ କରନ୍ତୁ – ସୁରେଶ ପୂଜାରୀ

ଡେସ୍କ: ଏଣିକି ଆଉ ଚିରାଚରିତ ପଦ୍ଧତିରେ କାର୍ଯ୍ୟ ହେବ ନାହିଁ, ନୂଆ ପଦ୍ଧତିରେ କାର୍ଯ୍ୟ କରୁଛନ୍ତି ସରକାର ତେଣୁ ଅଧିକାରୀମାନେ ନିଜର ମାନସିକତାରେ ପରିବର୍ତ୍ତନ କରନ୍ତୁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଲୋକସେବା ଭବନରେ ଆଜି ଆୟୋଜିତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଶ୍ରୀ ପୂଜାରୀ କହିଛନ୍ତି, ଆମ ସରକାର ଶାସନକୁ ଆସିବା ପରେ, ରାଜସ୍ବ ପ୍ରଶାସନ କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିଛନ୍ତି। ରାଜସ୍ବ ସେବା ଏବେ ଲୋକମାନଙ୍କର ନିକଟତର ହୋଇଛି।

ସେ କହିଛନ୍ତି, ବର୍ତ୍ତମାନ ଲୋକଙ୍କ ସରକାରରେ ଜନସାଧାରଣ ହେଉଛନ୍ତି ଶ୍ରେଷ୍ଠ ବିଚାରକ। ଆମକୁ ଜନସାଧାରଣଙ୍କ ଆସ୍ଥାଭାଜନ ହେବାକୁ ପଡିବ। ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ଲୋକମାନଙ୍କୁ ଅଧିକାରୀମାନେ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ସମୟ ଅନୁଯାୟୀ ରାଜସ୍ୱ ସେବା ଯୋଗାଇ ଦେବା ପାଇଁ ଅଧିକାରୀମାନଙ୍କୁ ଯତ୍ନବାନ ହେବାକୁ ରାଜସ୍ବ ମନ୍ତ୍ରୀ ଶ୍ରୀ ପୂଜାରୀ ପରାମର୍ଶ ଦେଇଛନ୍ତିI

Hot this week

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

Related Articles

Popular Categories