www.samajalive.in
Saturday, December 6, 2025
16.1 C
Bhubaneswar

ସନ୍ଧ୍ୟାସୁଦ୍ଧା ମିଳିବ ସହାୟତା ରାଶି: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ଵର: କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ଏବଂ ପବନ ଯୋଗୁଁ ମୟୂରଭଞ୍ଜ ଜିଲାର କ୍ଷତିଗ୍ରସ୍ତମାନଙ୍କୁ ସନ୍ଧ୍ୟାସୁଦ୍ଧା ସହାୟତା ରାଶି ମିଳିବ। ବାଙ୍ଗିରିପୋଷିର ମହୁଲବାରେଳି, ସାରସପୋଷି ସମେତ ୧୦ରୁ ଅଧିକ ଘର ବୁଲି କାଳବୈଶାଖୀ କ୍ଷୟକ୍ଷତି ସମୀକ୍ଷା କରିବା ପରେ ରବିବାର ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସୁରେଶ ପୂଜାରୀଙ୍କ ସହ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ମଧ୍ୟ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ।

କୁଆପଥର ବର୍ଷା ଏବଂ ପବନ ଯୋଗୁଁ ପ୍ରାଥମିକ ଆକଳନ ଅନୁସାରେ, ଜିଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ ହୋଇଛନ୍ତି। ଏଥିରେ ୩୫୦ଟି କଚ୍ଚା ଘର ସମ୍ପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଥିବାବେଳେ ୧୧ଟି କଚ୍ଚା ଘର ଖୁବ୍‌ କ୍ଷତିଗ୍ରସ୍ତ ହୋଇଛି। ଏଥିସହ ୨୯୫ଟି କଚ୍ଚା ଘର ଆଂଶିକ ଭାବେ ନଷ୍ଟ ହୋଇଥିବାବେଳେ ୪ଗୋଟି ଗାଈ ଗୁହାଳ ଘର ନଷ୍ଟ ହୋଇଛି। ଏତଦ ବ୍ୟତୀତ ଏହି କୁଆପଥର ବର୍ଷାରେ ବିଦ୍ୟୁତ ଯୋଗାଣ, ଜଳ ଯୋଗାଣ, ଗମନାଗମନର ଭିତ୍ତିଭୂମି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories