www.samajalive.in
Sunday, December 7, 2025
13.1 C
Bhubaneswar

ମନ୍ତ୍ରୀ ଟୁକୁନି ସାହୁଙ୍କ କାର ଦୁର୍ଘଟଣାଗ୍ରସ୍ତ

ଭୁବନେଶ୍ବର: ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବଲାଙ୍ଗିରରୁ ଫେରିଲାବେଳେ ବଡ଼ମାଳ ଫସ୍ପି ଛକରେ ମନ୍ତ୍ରୀଙ୍କ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡ଼ିକୁ ଏକ ମାଲବାହି ଭ୍ୟାନ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ମନ୍ତ୍ରୀଙ୍କ କାରର ଗୋଟିଏ ଡୋର ଖୋଲିନଥିଲା। ମନ୍ତ୍ରୀ ଟୁକୁନି ସାହୁଙ୍କୁ ପୁଲିସ ଉଦ୍ଧାର କରିଥିଲେ। ଏଥିରେ ମନ୍ତ୍ରୀଙ୍କ କାର ଡ୍ରାଇଭର ଆହତ ହୋଇଥିଲେ। ତାଙ୍କୁ ବଲାଙ୍ଗିର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ମନ୍ତ୍ରୀଙ୍କ କାର କ୍ଷତିଗ୍ରସ୍ତ ହୋଇଥିବାବେଳେ ମନ୍ତ୍ରୀ ଟୁକୁନି ସାହୁ ସୁରକ୍ଷିତ ଥିବା ପୁଲିସ ସୂଚନା ଦେଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories