www.samajalive.in
Monday, December 15, 2025
16.1 C
Bhubaneswar

କୋଣାର୍କ ଓ କାକଟପୁର ଅଞ୍ଚଳ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା

ଭୁବନେଶ୍ୱର: ଇଲେକଟ୍ରୋନିକ୍ସ, ସୂଚନାପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଆଜି କୋଣାର୍କ ପୌରାଞ୍ଚଳ ଏବଂ କାକଟପୁର ନିର୍ବାଚନ ମଣ୍ଡଳୀ ଗସ୍ତ କରିବା ସହ ଏଠାକାର କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କରିଛନ୍ତି । ମନ୍ତ୍ରୀ ଶ୍ରୀ ବେହେରା ଆଜି ପୂର୍ବାହ୍ନରେ କୋଣାର୍କ ପୌରାଞ୍ଚଳ ଗସ୍ତ କରିବା ସହ ଏଠାରେ ନିର୍ମାଣଧୀନ ବହୁମୁଖୀ ଇନ୍‌ଡୋର ହଲ କାର୍ଯ୍ୟର ସମୀକ୍ଷା କରିଥିଲେ। କାର୍ଯ୍ୟର ଅଗ୍ରଗତି ନେଇ ସନ୍ତୋଷ ବ୍ୟକ୍ତ କରିବା ସହ ସମଗ୍ର ଓଡିଶାକୁ କ୍ରୀଡ଼ାର ଏକ ପେଣ୍ଠସ୍ଥଳ କରିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ଲକ୍ଷ୍ୟ ରଖିଛନ୍ତି ତାହାକୁ ଯଥାଶୀଘ୍ର ପୂରଣ କରିବା ପାଇଁ ଆମ ସମସ୍ତଙ୍କୁ ତତ୍ପର ହୋଇ କାମ କରିବାକୁ ପଡିବ ବୋଲି ମନ୍ତ୍ରୀ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ବହୁମୁଖୀ ଇନ୍‌ଡୋର ହଲ ସମ୍ପୂର୍ଣ୍ଣ ହେଲେ ଏହା ସ୍ଥାନୀୟ ଅଞ୍ଚଳରେ କ୍ରୀଡ଼ାର ବିକାଶ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ଏଥି ସହିତ ଏଠାରେ ଏକ ମୁକ୍ତାକାଶ ବ୍ୟାୟାମଶାଳା ନିର୍ମାଣ ନେଇ ମନ୍ତ୍ରୀ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।

ମନ୍ତ୍ରୀ କାକଟପୁର ଅଞ୍ଚଳଗସ୍ତ କରିବା ସହ ମିନିଷ୍ଟାଡିୟମ ନିର୍ମାଣ ଓ ଖେଳ ପଡ଼ିଆର ଉନ୍ନତିକରଣ ନେଇ ଆଲୋଚନା କରିଥିଲେ। ଏଥିପାଇଁ ଅର୍ଥ ଅନୁମୋଦନ ହୋଇସାରିଥିବାବେଳେ ଜମି ଚିହ୍ନଟ, ପ୍ରାଚୀର ନିର୍ମାଣ, ଖେଳାଳିମାନଙ୍କ ପାଇଁ ଚେଞ୍ଜିଂଗ ରୁମ ଏବଂ ଆନୁସଙ୍ଗିକ ବ୍ୟବସ୍ଥାକୁ ଯଥାଶୀଘ୍ର ଶେଷ କରିବା ପାଇଁ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ କୋଣାର୍କ ଏନଏସି, ପୂର୍ତ୍ତ ଏବଂ କ୍ରୀଡ଼ା ବିଭାଗର ଅଧିକାରୀ, ପିଆରଆଇ ସଦସ୍ୟ ଏବଂ ସ୍ଥାନୀୟ ଲୋକପ୍ରତିନିଧିମାନେ ଉପସ୍ଥିତ ଥିଲେ।
ଏହି ଗସ୍ତ ଅବସରରେ ମନ୍ତ୍ରୀ କୋଣାର୍କ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଚନ୍ଦ୍ରଭାଗା ନୋଳିଆ ସାହି ଅଂଚଳର ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories