www.samajalive.in
Sunday, December 14, 2025
23.1 C
Bhubaneswar

ଆଦିବାସୀ ଦିବସରେ ଆଦିବାସୀଙ୍କ ସହ ନୃତ୍ୟ କଲେ ମନ୍ତ୍ରୀ ପ୍ରୀତିରଞ୍ଜନ

ଯାଜପୁର : ଆଦିବାସୀ  ଭାଇ ଭଉଣୀ ମାନେ ଲୋକସଂସ୍କୃତିର ସଂରକ୍ଷକ ଓ ପ୍ରକୃତିର ଉପାସକ ବୋଲି କହିଛନ୍ତି ସୁକିନ୍ଦା ବିଧାୟକ ତଥା ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ। ସୁକିନ୍ଦା ଓ ଦାନଗଦି ବ୍ଲକର ଉତିର୍ଣ୍ଣ ଓ ପ୍ରତିଷ୍ଟକ ଆଦିବାସୀ ବର୍ଗଙ୍କ ସମାରୋହ ଟିଏସଏମଏଲ ପକ୍ଷରୁ କାଟେପୂର୍ତ୍ତି ପ୍ରକ୍ଷାଳୟରେ ବିଶ୍ବ ଆଦିବାସୀ ଦିବସ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ଇ଼ଂ ପ୍ରୀତିରଞ୍ଜନ ଘଡ଼ାଇ ଯୋଗଦାନ କରିଥିଲେ। ଆଦିବାସୀ ପରମ୍ପରା ଅନୁଯାୟୀ ନାଚ, ଗୀତ ଓ ବାଦ୍ୟରେ ତାଙ୍କୁ ସ୍ବାଗତ କରାଯାଇଥିଲା। ମନ୍ତ୍ରୀ କାଟେପୂର୍ତ୍ତିଙ୍କ ମୂର୍ତ୍ତିରେ ପୃଷମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଉତିର୍ଣ୍ଣ ଓ ପ୍ରତିଷ୍ଟକ ଆଦିବାସୀ ବ୍ୟକ୍ତିମାନଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହା ପରେ ମନ୍ତ୍ରୀ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମକୁ ବୁଲି ଦେଖିଥିଲେ ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories