www.samajalive.in
Friday, December 5, 2025
23.1 C
Bhubaneswar

ସେନା କର୍ମଚାରୀଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଦିଅନ୍ତୁ, ଗଣମାଧ୍ୟମକୁ ପ୍ରତିରକ୍ଷା ମନ୍ତ୍ରଣାଳୟର ପରାମର୍ଶ

ସମାଜ ଡିଜିଟାଲ ଡେସ୍କ: ଦେଶରେ ଥିବା ସମସ୍ତ ଗଣମାଧ୍ୟମ ସଂସ୍ଥାଗୁଡିକ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । କାର୍ଯ୍ୟରତ ସେନା କର୍ମଚାରୀ , ଅବସରପ୍ରାପ୍ତ ସେନା କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଜଣାଇବା ଉଚିତ ବୋଲି ମାର୍ଗଦର୍ଶିକାରେ କୁହାଯାଇଛି । ମାର୍ଗଦର୍ଶିକାରେ କୁହାଯାଇଛି ଯେ ନିକଟରେ ଭାରତୀୟ ସେନା ଦ୍ୱାରା କରାଯାଇଥିବା ଅପରେସନ ସିନ୍ଦୂରରେ ଯେଉଁ ସେନା କର୍ମଚାରୀ ମାନେ ଅଂଶଗ୍ରହଣ କରିଥିଲେ ସେମାନଙ୍କ ଘର କେଉଁଠି ଓ ପରିବାର ଲୋକଙ୍କ ନମ୍ବର ପାଇ ସେମାନଙ୍କ ସହିତ ସାକ୍ଷାତକାର କରିବାକୁ ଉଦ୍ୟମ କରୁଛନ୍ତି ଗଣମାଧ୍ୟମ । ଏହାସହିତ ସେମାନଙ୍କ ବ୍ୟକ୍ତିଗତ ଜୀବନ ଉପରେ ଖବର ପ୍ରସାରଣ କରିବାକୁ ପ୍ରୟାସ କରୁଛନ୍ତି । ଯାହାର କୌଣସି ଆବଶ୍ୟକତା ନାହିଁ ।

ସେନା କର୍ମଚାରୀଙ୍କ ବ୍ୟକ୍ତିଗତ ତଥ୍ୟ ଯେପରିକି ବାସସ୍ଥାନ ଠିକଣା, ପରିବାର ସଦସ୍ୟଙ୍କ ଫଟୋ ନେବା ଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛି ପ୍ରତିରକ୍ଷା ମନ୍ତ୍ରଣାଳୟ । ଜାତୀୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏସମ୍ପର୍କିତ ଗୋପନୀୟତା ରକ୍ଷା କରିବା ପାଇଁ ଗଣମାଧ୍ୟମକୁ ଦାୟିତ୍ୱପୂର୍ଣ୍ଣ ସାମ୍ବାଦିକତାର ମାନଦଣ୍ଡ ବଜାୟ ରଖିବାକୁ ଆଡଭାଇଜରୀରେ କୁହାଯାଇଛି ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories