www.samajalive.in
Saturday, December 6, 2025
17.1 C
Bhubaneswar

ଆଉ ଦୁଇ ସପ୍ତାହ ବଢିଲା ଲକ୍‌ଡାଉନ୍‌ ଅବଧି : ମଇ ୧୭ ଯାଏ ବଳବତ୍ତର ରହିବ

ନୂଆଦିଲ୍ଲୀ : ଦେଶରେ ଲକହାଉନ ଅବଧିକୁ ଆଉ ୨ସପ୍ତାହ ବୃଦ୍ଧି କରାଯାଇଛି । ବିଭିନ୍ନ ରାଜ୍ୟର ସ୍ଥିତି ସମୀକ୍ଷା କରିବା ପରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି । ତେଣୁ ମେ’ ୪ ତାରିଖରୁ ଆଉ ଦୁଇ ସପ୍ତାହ ଲକ୍‌ଡାଉନ୍‌ ଜାରି ରହିବା ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ ମାଧ୍ୟମରେ ସୂଚନା ଦିଆଯିବା ସହ ବିଜ୍ଞପ୍ତି ଜାରି କରାଯାଇଛି।

ଏହି ଲକଡାଉନ ମଇ ୧୭ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ । ସୂଚନା ଯୋଗୁ କରୋନା ସଂକ୍ରମଣର ବ୍ୟାପକତାକୁ ରୋକିବା ପାଇଁ  ପ୍ରଥମେ ଦେଶରେ ମାର୍ଚ୍ଚ ୨୪ ମଧ୍ୟରାତ୍ରରୁ ୨୧ ଦିନପାଇଁ ଲକଡାଉନ ଜାରି କରାଯାଇଥିଲା । ପରେ ଏପ୍ରିଲ୧୪ରୁ ମଇ ୩ ଯାଏ ୧୯ ଦିନପାଇଁ ଦେଶରେ ଲକଡାଉନ ଘୋଷଣା କରାଯାଇଥିଲା ।

- Advertisement -

ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ୪୦ ଦିନ ପାଇଁ ଲକଡାଉନ ଜାରି ପରାଯାିଥିଲା । ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ମଇ ୩ ରାତି ୧୨ଟାରେ ଶେଷ ହେବାର ଥିଲା । କିନ୍ତୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ  ଲକଡାଉନ ଅବଧିକୁ ୨ ସପ୍ତାହ ଯାଏ ବୃଦ୍ଧି କରିଛନ୍ତି । ଫଳରେ ମଇ ୧୭ ତାରିଖ ରାତି ୧୨ଟା ଯାଏ ଏହି ଲକଡାଉନ ବଳବତ୍ତର ରହିବ ।

ତେବେ ଏଥିପାଇଁ ରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସ୍ବତନ୍ତ୍ର ଗାର୍ମଦର୍ଶୀକା ଜାରି କରାଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories