www.samajalive.in
Thursday, December 11, 2025
15.1 C
Bhubaneswar

‘ବିପର୍ଯ୍ୟୟ’ ସଂକ୍ରାନ୍ତ ରିପୋର୍ଟିଂ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ସୁରକ୍ଷା ପାଇଁ ମାର୍ଗଦର୍ଶିକା

ନୂଆଦିଲ୍ଲୀ : ବିଭିନ୍ନ ଗଣମାଧ୍ୟମ ସଂଗଠନର ସାମ୍ବାଦିକ, କ୍ୟାମେରାମ୍ୟାନ୍ ବିଶେଷକରି ଘରୋଇ ଟିଭି ଚ୍ୟାନେଲ ଯେଉଁମାନେ କି କ୍ଷେତ୍ର ସ୍ତରରେ ବାତ୍ୟା ‘ବିପର୍ଯ୍ୟୟ’  ସଂକାନ୍ତୀୟ ଖବର ସଂଗ୍ରହ କରୁଛନ୍ତି, ସେମାନଙ୍କ ସୁରକ୍ଷା ତଥା ନିରାପତ୍ତାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିବା ସହିତ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଗୁରୁବାର ଏହି ସମସ୍ତ ଚ୍ୟାନେଲ ଦ୍ୱାରା ନିୟୋଜିତ ବ୍ୟକ୍ତି ମାନଙ୍କ ପାଇଁ ମାର୍ଗଦର୍ଶିକା ଜାରି କରିଛି ।

ମନ୍ତ୍ରଣାଳୟ ଚେତାବନୀ ଦେଇଛି ଯେ କ୍ଷେତ୍ର(ଗ୍ରାଉଣ୍ଡ) ସ୍ତରରୁ ରିପୋର୍ଟିଂ କରିବା ଏହି ଘଟଣାର ଖବର ପାଇଁ ବେସରକାରୀ ଟିଭି ଚ୍ୟାନେଲ ଦ୍ୱାରା ନିୟୋଜିତ ସାମ୍ବାଦିକ ତଥା କ୍ୟାମେରାମ୍ୟାନ ତଥା ଅନ୍ୟ କର୍ମଚାରୀଙ୍କ ସୁରକ୍ଷା ଏବଂ ନିରାପତ୍ତା ପାଇଁ ଗୁରୁତର ବିପଦ ଆଣିପାରେ । ମନ୍ତ୍ରଣାଳୟ ମଧ୍ୟ ଉଦବେଗ ପ୍ରକାଶ କରିଛି ଯେ ଏହିପରି କ୍ଷେତ୍ରସ୍ତରୀୟ ରିପୋର୍ଟିଂ ପାଇଁ ନିୟୋଜିତ ବିଭିନ୍ନ କର୍ମଚାରୀଙ୍କ ଜୀବନ ପ୍ରତି ବିପଦ ଆସିପାରେ ।

- Advertisement -

ମନ୍ତ୍ରଣାଳୟ ଗଣମାଧ୍ୟମ ସଂସ୍ଥାମାନଙ୍କୁ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ନିୟୋଜିତ ସେମାନଙ୍କ ପ୍ରତିନିଧିମାନଙ୍କ ପ୍ରତି ଅଧିକ ସର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି । ଏହା ମଧ୍ୟ ଦୃଢ ଭାବରେ ପରାମର୍ଶ ଦେଇଛି ଯେ କୌଣସି ପରିସ୍ଥିତିରେ ସଂଗଠନ ଏପରି କର୍ମଚାରୀଙ୍କ ନିୟୋଜନ ପାଇଁ ନିଷ୍ପତ୍ତି ନେବା ଉଚିତ ଯାହା ଗଣମାଧ୍ୟମ କର୍ମଚାରୀଙ୍କ ସୁରକ୍ଷା ଏବଂ ନିରାପତ୍ତାକୁ ବିପନ୍ନ ନକରିବ ଏବଂ ସ୍ଥାନୀୟ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ସତର୍କତାକୁ ପାଳନ କରାଯାଇପାରିବ ।

ବାତ୍ୟା ‘ବିପର୍ଯ୍ୟୟ’ଦେଶର ପଶ୍ଚିମ ଉପକୂଳରେ ମାଡ ହେବାର ସମ୍ଭାବନା ରହିଛି ଯାହା ବିଭିନ୍ନ ଆକାରରେ କ୍ଷୟକ୍ଷତି କରିବାର ସମ୍ଭାବନା ରହିଛି। ମନ୍ତ୍ରଣାଳୟ ଲୋକମାନଙ୍କୁ ଆଶ୍ୱାସନା ଦେଇଛି ଯେ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହିତ ବାତ୍ୟା ପ୍ରଭାବକୁ ହ୍ରାସ କରିବା ପାଇଁ ସମସ୍ତ ଉଦ୍ୟମ କରୁଛନ୍ତି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories