www.samajalive.in
Monday, December 15, 2025
26.1 C
Bhubaneswar

ମହାନଦୀରେ ବୁଡ଼ି ଛାତ୍ର ନିଖୋଜ

ଆଠଗଡ: ଆଠଗଡ ଥାନା ଅନ୍ତର୍ଗତ ମେଘା ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ଜଣେ ଦଶମ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖୋଜ ଛାତ୍ର ଜଣକ ହେଉଛନ୍ତି ଆଠଗଡ଼ ଥାନା ଅନ୍ତର୍ଗତ ମେଘା ପଞ୍ଚାୟତ କାଇପୁଡିଆ ଗ୍ରାମର ଅକ୍ଷୟ କୁମାର ଓଝାଙ୍କ ପୁଅ ଅନିଶ ଓଝା। ଖବର ପାଇ ଆଠଗଡ଼ ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ ଟିମ୍ ମହାନଦୀ ଭିତରେ ଖୋଜାଖୋଜି ଆରମ୍ଭ କରିଥିଲେ ମଧ୍ୟ ସନ୍ଧ୍ୟା ସୁଦ୍ଧା ନିଖୋଜ ଛାତ୍ରଙ୍କ ପତ୍ତା ମିଳିନାହିଁ। ଆଠଗଡ ପୁଲିସ  ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଥିଲେ। ଆସନ୍ତାକାଲି ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ ଦଳ ପୁଣି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବେ ବୋଲି ଜଣାପଡିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories