www.samajalive.in
Sunday, December 7, 2025
14.1 C
Bhubaneswar

ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ

ଫୁଲବାଣୀ : ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ୮ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ନେଇ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପରେ ଦାରିଙ୍ଗବାଡ଼ି ଥାନାରେ କେଶ ନମ୍ବର ୩୨/୨୪ରେ ଏକ ମାମଲା ରୁଜୁ ହୋଇଥିବା ନେଇ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଥାନାରେ  ଅଭିଯୋଗ ମୁତାବକ ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ୮ବର୍ଷର ୪ର୍ଥ ଶ୍ରେଣୀ ନାବାଳିକା ଘରୁ କିଛି ସଉଦା ନେବା ପାଇଁ ଦୋକାନକୁ ଆସି ସାମଗ୍ରୀ ନେଇ ଘରକୁ ଫେରିବାବେଳେ ଘର ନିକଟରୁ ତାକୁ ଜଣେ ଯୁବକ  ଜୋର ଜବରଦସ୍ତ ଟାଣି ନେଇ ନିଜ ଘରେ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲା । ନାବାଳିକା ଜଣକ ଚିତ୍କାର କରିବାରୁ ଯୁବକ ଜଣକ ଏ ବାବଦରେ କାହାରିକୁ କହିଲେ ଜୀବନରୁ  ମାରିଦେବାକୁ ଧମକ ଦେଇଥିଲା । ନାବାଳିକା ଜଣକ ଘରେ ପହଞ୍ଚି ସବୁ ଘଟଣା କହିବା ପରେ ଆଜି ନାବାଳିକାଙ୍କ ବାପା ଦାରିଙ୍ଗବାଡ଼ି ଥାନାରେ ଲିଖିତ ଅଭିଯୋଗ କରିବା ପରେ ଥାନା ଅଧିକାରୀ ପାତ୍ରଙ୍କ ନିର୍ଦ୍ଦେଶ ଅନୁସାରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ତଦନ୍ତକାରୀ ସବଇନ୍ସପେକ୍ଟର ଜିତେନ୍ଦ୍ର ବେହେରା  ।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories