www.samajalive.in
Sunday, December 7, 2025
15.1 C
Bhubaneswar

ନାବାଳିକାକୁ ଗଣବଳାତ୍କାର ଅଭିଯୋଗ: ୫ ଅଟକ

ବିଶ୍ରା : ଅପେରା ଦେଖି ଫେରୁଥିବାବେଳେ ଜନୈକା ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ବଳାତ୍କାର ପରେ ନାବାଳିକାଙ୍କୁ ଦୁର୍ବୃତ୍ତ ଭୟଭୀତ କରି ନିଛାଟିଆ ସ୍ଥାନରେ ଛାଡ଼ି ପଳାଇଥିଲେ। ପୀଡ଼ିତା ନାବାଳିକା ସକା​‌ଳେ ଥାନାରେ ପହଞ୍ଚି ଅଭିଯୋଗ କରିବା ସହ ନ୍ୟାୟ ଭିକ୍ଷା କରିଛି। ସୂଚନାଥାଉକି ବିଶ୍ରା ଥାନା ଅନ୍ତର୍ଗତ ତେତେରକେଲାରେ ଚାଲିଥିବା ଅପେରା ଦେଖିବାକୁ ନାବାଳିକା ଜଣକ ଯାଇଥିଲା। ସେଠାରୁ ଫେରୁଥିବାବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଉଠାଇ ନେଇ ନିଛାଟିଆ ସ୍ଥାନରେ ବଳାତ୍କାର କରିଥିବା ନାବାଳିକା ଅଭିଯୋଗ କରିଛନ୍ତି। ଏ ନେଇ ପୀଡ଼ିତା ଅଭିଯୋଗ କରିବା ପରେ ପୁଲିିସ ମାମଲା ରୁଜୁ କରିଥିଲା।  ଡିଏସପି ନିର୍ମଳ ମହାପାତ୍ରଙ୍କ ନେତୃତ୍ବରେ ଆଇଆଇସି ଜ୍ୟୋତିରଞ୍ଜନ ପତି ସଦଳବଳେ ଚଢ଼ଉ କରି ୫ ଜଣଙ୍କୁ ଅଟକ ରଖି ତଦନ୍ତ କରୁଥିବା ଜଣାପଡ଼ିଛି। ଏ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।  ରାଉରକେଲାରେ ବିଗତ ଦିନରେ ନାବାଳିକା ଗଣବଳାତ୍କାର ଘଟଣା ଲୋକଙ୍କ ମନରୁ ଲିଭି ନ ଥିବାବେଳେ ବିଶ୍ରାରେ ଏଭଳି ଘଟଣା ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ପ୍ରକାଶଥାଉକି ବରଗଡ଼ ଜିଲା​‌ରେ ପ୍ରସିଦ୍ଧ ଧନୁଯାତ୍ରା ଦେଖିବାକୁ ଆସିଥିବା ଜଣେ ନାବାଳିକାଙ୍କୁ କିଛି ଦୁର୍ବୃତ୍ତ ଅପହରଣ କରି ବଳାତ୍କାର କରି ଜଙ୍ଗଲରେ ଫିଙ୍ଗିଦେବା ଘଟଣା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅଞ୍ଚଳର ଏହି ଘଟଣାରେ ଅଭିଯୁକ୍ତଙ୍କ ବିରୋଧର ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories