www.samajalive.in
Wednesday, December 10, 2025
17.1 C
Bhubaneswar

ଘରୁ ଲୁଟ ବେଳେ ଉଠିପଡ଼ିବାରୁ ବୃଦ୍ଧାଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ସମାଜ ଡିଜିଟାଲ ଡେସ୍କ: ରାତି ଅଧରେ ଘରୁ ଲୁଟ କରୁଥିଲେ ଦୁର୍ବୃତ୍ତ। ଏହି ସମୟରେ ଘରେ ଶୋଇଥିବା ବୃଦ୍ଧା ଉଠିଯିବାରୁ ତାଙ୍କୁ ଦୁର୍ବୃତ୍ତମା​‌ନେ ପିଟି  ପିଟି ହତ୍ୟା କରିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଟିଗିରିଆ ଗାଁରେ। ଶୁକ୍ରବାର ରାତିରେ ବୃଦ୍ଧା ଜଣକ ତାଙ୍କ ଝିଅ ସହିତ ଘରେ ଶୋଇଥିଲେ। ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଲୁଟ୍‌ ପାଇଁ ତାଙ୍କ ଘରେ ପଶିଥିଲେ। କିଛି ଶବ୍ଦ ଶୁଣିବାରୁ ବୃଦ୍ଧା ଜଣକ ନିଦରୁ ଉଠିଯାଇ ବାହାରକୁ ଆସିଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ପାଟି ଶୁଣି ଝିଅ ବି ଉଠିଯାଇଥିଲା। ଫଳରେ ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ। ବୃଦ୍ଧାଙ୍କୁ ବଡ଼ଚଣା ଡାକ୍ତରଖାନା ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ​‌ ଘୋଷଣା କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories