www.samajalive.in
Saturday, December 13, 2025
27.1 C
Bhubaneswar

କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲାର ମିଶନ ଶକ୍ତି ମା’ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲାର ମିଶନ ଶକ୍ତି ଗୋଷ୍ଠୀର ମା’ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା’ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟର ପ୍ରଶଂସା କରି କହିଥିଲେ ଯେ ଆପଣମାନଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ସଂପୂର୍ଣ୍ଣ ଭରସା ରହିଛି। ଆପଣମାନେ ମଧ୍ୟ ଗାଁ ଗାଁରେ ବିକାଶର ନେତୃତ୍ବ ନେଇ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ଓ ଭରସାକୁ ସାକାର କରିପାରିଛନ୍ତି। ଜାତୀୟ ପତାକା ତିଆରି ପରି ଏକ ମର୍ଯ୍ୟଦାପୂର୍ଣ୍ଣ ଦାୟିତ୍ବ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ମିଶନ ଶକ୍ତିରେ ସାମିଲ ହୋଇ ଆମେ ଗର୍ବିତ ବୋଲି ସେମାନେ ପ୍ରକାଶ କରିବା ସହିତ ଏଥିପାଇଁ ଆଜି ବିଭିନ୍ନ କ୍ଷେତ୍ରରେ ନିଜର ପ୍ରତିଭାର ବିକାଶ ହୋଇପାରିଛି ବୋଲି ସେମାନେ କହିଥିଲେ।
ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories