mission shakti banner

ମିଶନଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ

nua o banner

ଭୁବନେଶ୍ବର: ମିଶନଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଲୋକସେବା ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳା ସଶକ୍ତିକରଣରେ ଆଜିର ଦିନ ଗୁରୁତ୍ବପୂର୍ଣ୍ଣ। ସ୍କୁଟର ଯୋଜନା ମାଆଙ୍କ ଗତିକୁ ଶକ୍ତିଶାଳୀ କରିଛି। ଓଡ଼ିଶା ପାଇଁ ମାଆମାନେ ଆଣିଛନ୍ତି ନୂଆ ଗତି, ଶକ୍ତି ଓ ପ୍ରଗତୀ। ଆଜି ୧୫ ହଜାର ମାଆ ସ୍କୁଟର ନେଇଛନ୍ତି। ଆଗକୁ ଆଉ ୨ ଲକ୍ଷ ମାଆ ସ୍କୁଟର ପାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ମିଶନଶକ୍ତି ସ୍କୁଟର ଯୋଜନାରେ ୫୨୮ କୋଟି ଟଙ୍କାର ସୁଧ ଛାଡ଼ ହେବ।

Comments are closed.